କନକବ୍ୟୁରୋ : ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଖରିଫ ଧାନ କିଣା । ଓଡ଼ିଶାର ଭାତହାଣ୍ଡି ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନକିଣା ପ୍ରକ୍ରିୟା । ଚାଷୀଙ୍କ ସୁରକ୍ଷା, କଟନୀ ଛଟନୀ ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର ।
ଚାଷୀଙ୍କ ଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ସହିତ ରାଜ୍ୟ ସରକାର ଇନ୍ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଦେବେ । ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି ।
ଧାନ କିଣା ସରିବା ଯାଏଁ ମଣ୍ଡିରେ ରହିବେ ଅଧିକୃତ ଅଧିକାରୀ । ୪ ରୁ ୫ଟି ମଣ୍ଡିକୁ ନେଇ ଜଣେ ଲେଖାଁଏ ସୁପରଭଇଜର ରହିବେ । ମଣ୍ଡିରେ ରହିବ କ୍ୱାଲିଟି ଟେଷ୍ଟିଙ୍ଗ୍ ମେସିନ। ଧାନର ଏଫକ୍ୟୁ ମାନ ଯାଞ୍ଚ କରାଯିବ । ମଣ୍ଡିରୁ ରାଇସ ମିଲ ପର୍ଯ୍ୟନ୍ତ ଧାନ ପରିବହନ ବ୍ୟବସ୍ତା ତଦାରଖ କରିବ ପରିବହନ ବିଭାଗ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/11/05/c5APkoCnZvIiCDsFwyuy.jpg)