କନକ ବ୍ୟୁରୋ: ଚିଟଫଣ୍ଡ ଜମାକାରୀଙ୍କ ପାଇଁ ଖୁସିଖବର । ଖୁବଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା । ଏନେଇ ସରକାର ଚିନ୍ତା କରୁଛନ୍ତି । ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ । ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହାସହ କମିଶନର ରିପୋର୍ଟ ସାର୍ବଜନୀନ ନେଇ ସରକାର ଅନୁଧ୍ୟାନ କରୁଛନ୍ତି ।
କେଉଁଭଳି ଢଙ୍ଗରେ ଏହାକୁ ଉପସ୍ଥାପନ କରାଯିବ ସେନେଇ ମାନସମନ୍ଥନ ଚାଲିଛି । ଏହାସହ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମନମୋହେନ । ସିଧାସଳଖ କହିଛନ୍ତି, ଜମାକାରୀଙ୍କୁ ଟଙ୍କା ଫେରସ୍ତ ଦାୟିତ୍ବ ପୂର୍ବ ସରକାରଙ୍କର ଥିଲା । କିନ୍ତୁ ତାହା ସେମାନେ କଲେ ନାହିଁ । ନୂଆ ସରକାର ଟଙ୍କା ଫେରସ୍ତ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିବ । ଏସବୁ ଭିତରେ ଦୀର୍ଘଦିନ ଧରି ଚିଟଫଣ୍ଡ ଜମାକାରୀ ଟଙ୍କା ଫେରସ୍ତକୁ ଅପେକ୍ଷା କରିଛନ୍ତି । କିନ୍ତୁ ଦେଇଥିବା ସତ୍ୟପାଠରେ ଏବେ ଉଇ ଲାଗିଥିବା ବେଳେ କେବେ ଜମାକାରୀଙ୍କୁ ଆଶ୍ବସ୍ତି ମିଳିବ ତାହା ସବୁଠୁ ବଡ ପ୍ରଶ୍ନ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2024/12/25/4M8AmlWxoU1TW3eVo9JO.jpg)