ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍ , ଏବେଠୁ ଜୋରଦାର୍ ପ୍ରସ୍ତୁତି

Advertisment

ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍, ଜନସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ । ଚଳିତବର୍ଷ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ସରକାର ଜୋରଦାର୍ ପ୍ରସ୍ତୁତି କରୁଛନ୍ତି ।

ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍, ଜନସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ । ଚଳିତବର୍ଷ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ସରକାର ଜୋରଦାର୍ ପ୍ରସ୍ତୁତି କରୁଛନ୍ତି ।

3a

କନକ ବ୍ୟୁରୋ : ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍, ଜନସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ୱ । ଚଳିତବର୍ଷ ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ ରାଜ୍ୟ ସରକାର ଜୋରଦାର୍ ପ୍ରସ୍ତୁତି କରୁଛନ୍ତି । ଏପରିକି ଦେଢ଼ ମାସ ମଧ୍ୟରେ ମୁଖ୍ୟ ସଚିବ ଅନୁ ଗର୍ଗ ଦୁଇ ଥର ଶୃଙ୍ଖଳିତ ରଥଯାତ୍ରା ନେଇ ପ୍ରସ୍ତୁତି ବୈଠକ କରିସାରିଲେଣି । ରଥଯାତ୍ରାରେ ଯେଉଁ ଯେଉଁ କ୍ଷେତ୍ରରେ ବିଭ୍ରାଟ ଦେଖାଯାଉଛି ତାର ଯଥାସମ୍ଭବ ସମାଧାନ କରିବାକୁ ପୁରୀ ଜିଲ୍ଲାପାଳ ଦିବ୍ୟ‌ଜ୍ୟୋତି ପରିଡ଼ା ଏବଂ ଏସ୍‌ପି ପ୍ରତୀକ ସିଂହ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି । ଜନସାଧାରଣଙ୍କ ସୁରକ୍ଷା ଓ ନିରାପତ୍ତାକୁ ଗୁରୁତ୍ବ ଦେଇ ଚଳିତବର୍ଷ ରଥଯାତ୍ରାରେ ଏହାକୁ ଲାଗୁ କରିବାକୁ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଛି । 

ଅଧିକ ପଢନ୍ତୁ : ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରେ ପ୍ରସ୍ତୁତ ହେବ କୋଠ ଭୋଗ, କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀଙ୍କ ସୂଚନା

  • ଉଭୟ ଗୁଣ୍ଡିଚା ଓ ବାହୁଡ଼ା ପାଇଁ ୨ଟି ଅଲଗା ଅଲଗା ଚାରମାଳ ବ୍ୟବସ୍ଥା କରାଯିବ
  • ଉତ୍ତରା ଛକରୁ ବଡ଼ଦାଣ୍ଡ ପର୍ୟ୍ୟନ୍ତ ଯଥେଷ୍ଟ ସଂଖ୍ୟକ ସିସିଟିଭି ଲଗାଯିବ
  • ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ୭୦ଟି ସ୍ଥାନରେ ଏଲ୍‌ଇଡି ଟିଭି ଲଗାଯିବ
  • ଅନଲାଇନ୍‌ରେ ଅଧିକ ଟିକେଟ୍ ବ୍ୟବସ୍ଥା କରାଯିବ
  • ଜନଗହଳି ନିୟନ୍ତ୍ରଣ ପାଇଁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ପାର୍କିଂ ସ୍ଥଳ ନିର୍ମାଣ କରାଯିବ
  • ବଡ଼ଦାଣ୍ଡକୁ ଉଜ୍ୱଳ ଆଲୋକରେ ଆଲୋକିତ କରିବା ପାଇଁ ୫୦ଟି ହାଇମାଷ୍ଟ ଲାଇଟ୍ ଲଗାଯିବ
  • ଜନ ନିଷ୍କାସନ ପାଇଁ ନଗର ଉନ୍ନୟନ ବିଭାଗ ଏବଂ ଅଗ୍ନିସେବା ବିଭାଗ ପଦକ୍ଷେପ ନେବାକୁ କୁହାଯାଇଛି
  •  ନଗର ଉନ୍ନୟନ ଓ ପୂର୍ତ୍ତ ବିଭାଗ ସମନ୍ୱୟରେ ଅସ୍ଥାୟୀ ପାର୍କିଂ ସ୍ଥଳଗୁଡ଼ିକୁ ସୁବ୍ୟବସ୍ଥିତ କରାଯିବ
  • ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ପୂର୍ତ୍ତ ବିଭାଗ ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ କାର୍ଯ୍ୟ ଶେଷ କରିବ
  • ଅସ୍ଥାୟୀ ସମନ୍ୱିତ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର ସ୍ଥାପନ ନେଇ ବୈଠକରେ ଆଲୋଚନା ହୋଇଛି
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe