କୋଭିଡ୍ ନେଇ ଆଜି ବଡ଼ ବୈଠକ ; ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ

ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଦେଶରେ କୋଭିଡ ସ୍ଥିତିକୁ ନେଇ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଭିସିରେ ସାମିଲ ହେବେ ସବୁ ରାଜ୍ୟର ଅଧିକାରୀ । ଭୟଭୀତ ନହେବାକୁ ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପରାମର୍ଶ ।

Covid Meeting

Covid Meeting Photograph: (KanakNews)

କନକ ବ୍ୟୁରୋ: ଦେଶରେ କୋଭିଡ ସ୍ଥିତିକୁ ନେଇ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭିଡିଓ କନଫରରେନ୍ସିଂରେ ସବୁ ରାଜ୍ୟର ଅଧିକାରୀ ସାମିଲ ହେବେ । ଦେଶରେ ବ୍ୟାପୁଥିବା ଦୁଇଟି ଭ୍ୟାରିଏଣ୍ଟରେ କେବଳ ଥଣ୍ଡା କାଶ ଲକ୍ଷଣ ଦେଖାଯାଉଛି । ରାଜ୍ୟରେ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି । ଦେଶର ସ୍ଥିତିକୁ ଦେଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । 

ଭୟଭୀତ ନହେବାକୁ ରାଜ୍ୟବାସୀଙ୍କୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି । ସେପଟେ ଚିନ୍ତା ବଢ଼ାଇଲାଣି ଦେଶରେ ୬ ସଂକ୍ରମିତଙ୍କ ମୃତ୍ୟୁ । ମହାରାଷ୍ଟ୍ରରୁ ୩, କେରଳରୁ ୨ ଓ କର୍ଣ୍ଣାଟକରେ ଜଣଙ୍କ ଜୀବନ ନେଇଛି କରୋନାର ନୂଆ ପ୍ରଜାତି ଜେଏନ୍‌ ଡଟ୍‌ ୱାନ୍‌ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟର ସୂଚନା ଅନୁସାରେ , ସବୁଠୁ ଅଧିକ ସଂକ୍ରମିତ କେରଳରୁ ଚିହ୍ନଟ ହେଉଛନ୍ତି । ଏହାପରେ ରହିଛି ମହାରାଷ୍ଟ୍ର ଓ ଦିଲ୍ଲୀ । ଏହାସହ ଦକ୍ଷିଣ ଭାରତ ରାଜ୍ୟରେ ମଧ୍ୟ ସଂକ୍ରମଣରେ ଲଗାମ୍‌ ଲାଗୁନି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe