କନକ ବ୍ୟୁରୋ : ହାତୀଙ୍କ ପାଇଁ ଜଙ୍ଗଲ ଅଭାବ ପ୍ରସଙ୍ଗରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି କି, ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି କରୁଛନ୍ତି । ରାଜ୍ୟରେ ଜଙ୍ଗଲ ତୁଳନାରେ ଅଧିକ ହାତୀ ରହିଛନ୍ତି । ତେଣୁ ବର୍ତ୍ତମାନ ବିଭାଗ ଚିନ୍ତା କରୁଛି ଅଧିକ ଜଙ୍ଗଲ ସୃଷ୍ଟି କରିବା ଲାଗି । ବର୍ତ୍ତମାନ ଜଙ୍ଗଲ କେତେ ପରିମାଣରେ ରହିଛି ଆଉ କେତେ ଆବଶ୍ୟକ ରହିଛି ଵର୍ତମାନର ପରିସ୍ଥିତି ହାତୀଙ୍କୁ ସୁହାଉଛି କି ନାହିଁ ଏବଂ ସେମାନଙ୍କ ଖାଇବା ପିଇବା ରେ ଅସୁବିଧା ହେଉଛି କି ତାର ଅନୁଧ୍ୟାନ ବିଭାଗ କରୁଛି । ସମସ୍ତ ବିଶେଷଜ୍ଞଙ୍କ ସହ ଆଲୋଚନା କରି ଅଧିକ ପଦକ୍ଷେପ ନିଆଯିବ । ହେନ୍ତାଳ ବଣ ଠୁ ନେଇ ଗ୍ରାମ୍ୟ ଜଙ୍ଗଲ ବଢାଇବା ପାଇଁ ସରକାର ପଦକ୍ଷେପ ନେବା ସହ ଘରୋଇ ଲୋକଙ୍କୁ ମଧ୍ୟ ସାମିଲ କରାଯିବ । ଅଧିକ ଜଙ୍ଗଲ ସୃଷ୍ଟି କରିବା ପାଇଁ ସାଧାରଣ ଲୋକଙ୍କୁ ପ୍ରୋତ୍ସାହନ ରାଶି ଯୋଗାଇ ଦେବାକୁ ସରକାର ନିଷ୍ପତ୍ତି କରୁଛନ୍ତି ।
ହାତୀଙ୍କ ପାଇଁ ଜଙ୍ଗଲ ଅଭାବ ପ୍ରସଙ୍ଗରେ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ହାତୀ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର
ତେଣୁ ବର୍ତ୍ତମାନ ବିଭାଗ ଚିନ୍ତା କରୁଛି ଅଧିକ ଜଙ୍ଗଲ ସୃଷ୍ଟି କରିବା ଲାଗି । ବର୍ତ୍ତମାନ ଜଙ୍ଗଲ କେତେ ପରିମାଣରେ ରହିଛି ଆଉ କେତେ ଆବଶ୍ୟକ ରହିଛି ଵର୍ତମାନର ପରିସ୍ଥିତି ହାତୀଙ୍କୁ ସୁହାଉଛି କି ନାହିଁ ଏବଂ ସେମାନଙ୍କ ଖାଇବା ପିଇବା ରେ ଅସୁବିଧା ହେଉଛି କି ତାର ଅନୁଧ୍ୟାନ ବିଭାଗ କରୁଛି ।