କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ଘରେ ବସିଛି ମନ୍ତ୍ରୀ ପରିଷଦ ବୈଠକ । ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବହୁ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା ଆରମ୍ଭ ହୋଇଛି । ସେପଟେ ଆଜି ବସିବ ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭା କକ୍ଷରେ ବସିବ ଏହି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ରହିବେ । ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଓ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ସର୍ବଦଳୀୟ ବୈଠକରେ ସାମିଲ ହେବେ । ବିଧାନସଭାକୁ ସୁରୁଖୁରୁରେ ଚଲାଇବା ପାଇଁ ସମସ୍ତ ଦଳ ମାନଙ୍କ ସହ ଆଲୋଚନା କରିବେ ବାଚସ୍ପତି । ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ । ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ' ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡ଼ା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ ।
ମୋହନଙ୍କ ବାସଭବନରେ ବସିଲା ମନ୍ତ୍ରିପରିଷଦ ବୈଠକ, ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ଜାରି
ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆରମ୍ଭ ହେଲା ମନ୍ତ୍ରିପରିଷଦ ବୈଠକ । ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବହୁ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା । ସେପଟେ ଦିନ ସାଢ଼େ ୧୧ଟାରେ ବିଧାନସଭା ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ ।
/kanak/media/media_files/2025/09/16/mohan-majhi-2025-09-16-11-49-36.jpg)