କନକ ବ୍ୟୁରୋ : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ମୋଦି । ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମୋଦି ।  ବିମାନବନ୍ଦରରେ ପହଞ୍ଚିବା ପରେ ପିଏମ ମୋଦିଙ୍କୁ ବିପୁଳ ସ୍ୱାଗତ ।

Advertisment

ମୋଦିଙ୍କୁ  ସ୍ୱାଗତ ଜଣାଇଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଜୁଏଲ ଓରାମ ଏବଂ ବୈଜୟନ୍ତ ପଣ୍ଡା । 

ବିମାନବନ୍ଦରରୁ ସିଧା ଲୋକସେବା ଭବନକୁ ଯିବେ ନରେନ୍ଦ୍ର ମୋଦି, ଯେଉଁଠି ଚାଲିଛି ୫୯ ତମ ଡିଜି-ଆଇଜି ସମ୍ମିଳନୀ । ତିନି ଦିନ ଧରି ଚାଲିବ ଏହି ସମ୍ମିଳନୀ । ଏହି ସମ୍ମିଳନୀରେ ଯୋଗ ଦେଉଛନ୍ତି ବହୁ ବିଶିଷ୍ଠ ବ୍ୟକ୍ତି । ଅମିତ ଶାହ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ମଧ୍ୟ ପହଞ୍ଚିସାରିଛନ୍ତି ।   

ସୂଚନାମୁତାବକ, ଆଜିଠୁ ଭୁବନେଶ୍ୱରରେ ୫୯ ତମ ଡିଜି-ଆଇଜି ସମ୍ମିଳନୀ  ଆରମ୍ଭ ହେଉଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ସାମିଲ ହୋଇଛନ୍ତି । । ତିନି ଦିନ ଧରି ଭାରତର ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ସମ୍ମିଳନୀରେ ଚର୍ଚ୍ଚା ଓ ଆଲୋଚନା ହେବ । କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି ସମସ୍ତ ରାଜ୍ୟର ଡିଜି ଆଇଜିପି ଓ ବିଭିନ୍ନ ସୁରକ୍ଷା ବଳର ମୁଖ୍ୟ ।