କନକ ବ୍ୟୁରୋ: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଝାରସୁଗୁଡାରେ ପହଞ୍ଚିଲେ ମୋଦୀ । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦର ବାହାରେ ପାରମ୍ପରିକ ନାଚ ଗୀତ ମାଧ୍ୟମରେ ମୋଦୀଙ୍କୁ ସ୍ବାଗତ କରାଯାଇଛି । ଓଡ଼ିଶା ଆସିବା ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ । ଏହି ଗସ୍ତରେ ୫୦ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କରିବେ ।
ଓଡ଼ିଶାକୁ ଭେଟି ଦେବେ ମୋଦୀ
ପ୍ରଧାନମନ୍ତ୍ରୀ ଓଡ଼ିଶାକୁ ୧୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଉପହାର ଦେବେ
ବ୍ରହ୍ମପୁର ଏବଂ ସୁରଟ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ
ଭିଡିଓ କନଫରେନ୍ସିଂ ଜରିଆରେ ଅମୃତ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ
ସମ୍ବଲପୁର ସିଟି ଏବଂ ସରଲା ମଧ୍ୟରେ ରେଳ ଫ୍ଲାଇଓଭର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
କୋରାପୁଟ-ବାଇଗୁଡ଼ା ରେଳ ଲାଇନ ଏବଂ ମାନାବାର-କୋରାପୁଟ-ଗୋରାପୁର ରେଳ ଲାଇନର ଦୋହରୀକରଣକୁ ଲୋକାର୍ପଣ
ଭୁବନେଶ୍ୱରରେ ସେମିକଣ୍ଡକ୍ଟର ଓ ଇଏସଡିଏମ୍ ପାର୍କ ପ୍ରତିଷ୍ଠାର ଶିଳାନ୍ୟାସ
ରାଜ୍ୟ ସରକାରଙ୍କ ବିଶ୍ୱସ୍ତରୀୟ ଦକ୍ଷତା ବିକାଶ ପ୍ରକଳ୍ପର ଶୁଭାରମ୍ଭ
ରାଜ୍ୟର ୧୩୦ଟି ଉଚ୍ଚଶିକ୍ଷାନୁଷ୍ଠାନରେ ୱାଇଫାଇ ସେବା ଉଦଘାଟନ୍
ଭୀମ୍ସାର ଓ ଏମ୍କେସିଜି କଲେଜର ଉନ୍ନତୀକରଣ ପାଇଁ ପ୍ରସ୍ତୁତ ମାଷ୍ଟରପ୍ଲାନର ଲୋକାର୍ପଣ
ଅନ୍ତୋଦୟ ଗୃହ ଯୋଜନାରେ ୫୦ ହଜାର ପରିବାରକୁ ଗୃହ ନିର୍ମାଣ ପାଇଁ ମଞ୍ଜୁରି ପତ୍ର ପ୍ରଦାନ
ଦେଶର ୮ଟି ଆଇଆଇଟିର କ୍ଷମତା ବୃଦ୍ଧି ପ୍ରକଳ୍ପର ଶିଳାନ୍ୟାସ
ସାରା ଦେଶରେ ୪ଜି ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ