କନକବ୍ୟୁରୋ : ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ବି ଓଡ଼ିଶା ଗସ୍ତରେ ଆସିବେ। ଓଡ଼ିଶାରେ ଆୟୋଜିତ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ ।
ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର , ୨୫ ତାରିଖରେ ସର୍ବଦଳୀୟ ବୈଠକ । ୨୬ ତାରିଖରେ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବା ବେଳେ ୨୫ ତାରିଖରେ ସର୍ବଦଳୀୟ ବୈଠକ ବସିବ ।
ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ନଭେମ୍ବର ୨୬ ରୁ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା ଅଧିବେଶନ ଚାଲିବ। ଅଧିବେଶନ ସୁରୁଖୁରୁରେ ଚଳାଇବା ନେଇ ସବୁ ଦଳର ମତାମତ ନେବେ ବାଚସ୍ପତି। ଚଳିତ ଅଧିବେଶନରେ ଅନେକ ଗୁରୁତ୍ତ୍ୱପୂର୍ଣ ବିଲ ଆସିବ। ସରକାର ସବୁବେଳେ ଆଲୋଚନା ପାଇଁ ପ୍ରସ୍ତୁତ ରହିଥିବା ବିରୋଧୀଙ୍କ ସହଯୋଗ ଆବଶ୍ୟକ ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ।
Follow Us