କନକବ୍ୟୁରୋ :  ଆସନ୍ତା  ୧୩ ଫେବୃଆରୀରେ ହୋଇପାରେ ଆମେରିକା ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଭେଟଘାଟ। ଏନେଇ କେବଳ ଔପଚାରିକ ଘୋଷଣାକୁ ବାକି ରହିଛି । ଆସନ୍ତା ୧୨ ତାରିଖରେ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।  ୧୨ ସଂଧ୍ୟାରେ ୱାସିଂଟନରେ ପହଞ୍ଚିବେ  ଓ ୧୪ ତାରିଖ ପର୍ଯ୍ୟନ୍ତ ସେ ସେଠାରେ ରହିବେ  । 

Advertisment

ଏହି ଗସ୍ତ ଭିତରେ ୧୩ ତାରିଖରେ ସେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିପାରନ୍ତି ।  ଜାନୁଆରୀ ୨୦ ତାରିଖରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଉଭୟ ନେତାଙ୍କ ସାକ୍ଷାତ ଉପରେ ସାରା ବିଶ୍ବର ନଜର ରହିଥିଲା । ଏବେ ଏହି ସାକ୍ଷାତ ୱାସିଂଟନରେ ହେବାର ସମ୍ଭାବନା ରହିଛି । ଉଭୟ ନେତାଙ୍କ ମଧ୍ୟରେ ପ୍ରତିରକ୍ଷା ଓ ବାଣିଜ୍ୟ ସମ୍ପର୍କ ନେଇ ଆଲୋଚନା ହୋଇପାରେ । 

କିଛିଦିନ ତଳେ ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫୋନରେ କଥା ହୋଇଥିଲେ ।  ପରେ ଏକ୍ସରେ ଏକ ପୋଷ୍ଟ କରି ଲେଖିଥିଲେ, ଦୁଇ ନେତା ବିଶ୍ବ ଶାନ୍ତି, ସୁରକ୍ଷା ଓ ସମୃଦ୍ଧି ଉପରେ ଆଲୋଚନା କରିଥିଲେ। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ  ଟ୍ରମ୍ପକୁ ଫୋନ କରି ଅଭିନନ୍ଦନ ଜଣାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।