କନକବ୍ୟୁରୋ: ଆସନ୍ତାକାଲି ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ସେଠାରୁ ସିଧାସଳଖ ଗାଡ଼କଣ ଯାଇ ସେଠାରେ ପିଏମ ଆବାସ ଯୋଜନା ହିତାଧିକାରୀଙ୍କ ସହ କରିବେ ଆଲୋଚନା । ପାଖାପାଖି ୩୦ ମିନିଟ୍‌ ଧରି ପିଏମ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରୁ ୧୧ଟା ୪୫ରେ ବାହାରି ୧୨ଟାରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦୀ ।

ଯେଉଁଥିରେ ରହିଛି ୨୮ ହଜାର କୋଟିର ରେଳ ପ୍ରକଳ୍ପ ଏବଂ ଏକ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ । ତାସହ ସ୍ପୋର୍ଟସ୍‌ ଭ୍ୟାଲିର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । ସେହିପରି ୧୦ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ଲେବେ ପ୍ରଧାନମନ୍ତ୍ରୀ । ୨୬ ଲକ୍ଷ ପିଏମ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବେ। ଜନତା ମଇଦାନ କାର୍ଯ୍ୟକ୍ରମରେ ପାଖାପାଖି ଘଣ୍ଟାଏ ରହିବା ପରେ ଦିବ ୧.୨୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଫେରି ଯିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵର ଗାଡକଣ ଶବର ସାହି । ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଂଚିବା ପରେ ସିଧାସଳଖ ପହଞ୍ଚିବେ ଗାଡକଣ ଶବର ସାହିରେ । ପିଏମ ଆବାସ ହିତାଧିକାରୀ ଅନ୍ତର୍ଯ୍ୟମୀ  ନାୟକଙ୍କ ଆବାସ ଗୃହ ଉଦ୍‌ଘାଟନ କରିବା ସହ ପାଖାପାଖି ୩୦ମିନିଟ୍‌ ଧରି ୨୦ଜଣ ପିଏମ ଆବାସ ପାଇଥିବା ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । 

ଗାଡକଣ ଶବର ସାହିର ୧୨୦ ଜଣ ପରିବାର ମଧ୍ୟରୁ ପିଏମ ଆବାସ ହିତାଧିକାରୀ ଭାବରେ ୩୬ ଜଣଙ୍କୁ ଯୋଗ୍ୟ ବିବେଚିତ କରାଯାଇଛି। ପ୍ରଧାନମନ୍ତ୍ରୀ ଙ୍କ ଓଡ଼ିଶା ଗସ୍ତ ନେଇ କାଉଣ୍ଟ ଡାଉନ୍ ଆରମ୍ଭ ହୋଇଥିବା ବେଳେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗାଡକଣ ଶବର ସାହିରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏବଂ ଶେଷ ହୋଇଛି କ୍ୟାରେକଡ ରିହଲସେଲ । ଜନ୍ମଦିନରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭେଟି । ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଓଡ଼ିଶା ସରକାରଙ୍କ ଫ୍ଲାଗସିପ୍‍ ଯୋଜନା 'ସୁଭଦ୍ରା'ର ଶୁଭାରମ୍ଭ କରିବେ । ଏହା ସର୍ବବୃହତ୍, ଏକକ ମହିଳା କୈନ୍ଦ୍ରିକ ଯୋଜନା ଏବଂ ଏଥିରେ ୧ କୋଟିରୁ ଅଧିକ ମହିଳା ସାମିଲ ହେବେ ବୋଲି ଆଶା କରାଯାଉଛି । 

ଏହି ଯୋଜନା ଅଧୀନରେ ୨୧-୬୦ ବର୍ଷ ବୟସର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୨୦୨୪-୨୫ରୁ ୨୦୨୮-୨୯ ମଧ୍ୟରେ ୫ ବର୍ଷ ମଧ୍ୟରେ ୫୦,୦୦୦/- ଟଙ୍କା ମିଳିବ । ଦୁଇଟି ସମାନ କିସ୍ତିରେ ବାର୍ଷିକ ୧୦,୦୦୦/- ଟଙ୍କା ହିତାଧିକାରୀଙ୍କ ଆଧାର ସକ୍ଷମ ଏବଂ ଡିବିଟି ସକ୍ଷମ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯିବ । ଏହି ଐତିହାସିକ ମୂହୂର୍ତ୍ତ ଅବସରରେ ପ୍ରଧାନମନ୍ତ୍ରୀ ୧୦ ଲକ୍ଷରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ହସ୍ତାନ୍ତରର ଶୁଭାରମ୍ଭ କରିବେ ।

ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ୨୮୦୦ କୋଟିରୁ ଅଧିକ ଟଙ୍କାର ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି ରେଳ ପ୍ରକଳ୍ପଗୁଡ଼ିକ ଓଡ଼ିଶାରେ ରେଳ ଭିତ୍ତିଭୂମି ବୃଦ୍ଧି କରିବା ସହ ଏହି ଅଞ୍ଚଳର ଅଭିବୃଦ୍ଧି ଓ ଯୋଗାଯୋଗରେ ଉନ୍ନତି ଆଣିବ । ସେ ମଧ୍ୟ ୧୦୦୦ କୋଟିରୁ ଅଧିକ ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ପାଖାପାଖି ୧୪ଟି ରାଜ୍ୟର ପିଏମଏୱାଇ-ଜି ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ସହାୟତାର ପ୍ରଥମ କିସ୍ତି ପ୍ରଦାନ କରିବେ । 

ଏହି କାର୍ଯ୍ୟକ୍ରମ ଅବସରରେ ସାରା ଦେଶର ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ)ର ୨୬ ଲକ୍ଷ ହିତାଧିକାରୀଙ୍କ ପାଇଁ ଗୃହ ପ୍ରବେଶ ଉତ୍ସବ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ପିଏମଏୱାଇ (ଗ୍ରାମୀଣ ଏବଂ ସହରାଞ୍ଚଳ) ହିତାଧିକାରୀଙ୍କୁ ସେମାନଙ୍କ ଘରର ଚାବି ହସ୍ତାନ୍ତର କରିବେ । ପିଏମଏୱାଇ-ଜି ପାଇଁ ଅତିରିକ୍ତ ପରିବାରର ସର୍ଭେ ପାଇଁ ସେ ଆବାସ + ୨୦୨୪ ଆପ୍ ମଧ୍ୟ ଉନ୍ମୋଚନ କରିବେ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ସହରାଞ୍ଚଳ (ପିଏମଏୱାଇ-ୟୁ) ୨.୦ର କାର୍ୟ୍ୟକାରୀ ମାର୍ଗଦର୍ଶିକାର ଶୁଭାରମ୍ଭ କରିବେ ।

ଆସନ୍ତାକାଲି ସୁଭଦ୍ରା ଯୋଜନାର ହେବ ଶୁଭାରମ୍ଭ। ଏଥିପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ। ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ନରେନ୍ଦ୍ର ମୋଦୀ। ଏଥିପାଇଁ ଜୋରଦାର ପ୍ରସ୍ତୁତି କରାଯାଉଛି। ଏୟାରପୋର୍ଟରୁ ଜନତା ମୈଦାନ  କାରକେଡ୍ ରିହରସାଲ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଜନତା ମୈଦାନରେ ପ୍ରାୟ ୧ ଲକ୍ଷ ଲୋକ ସମାଗମ ହେଲା ଭଳି ହ୍ୟାଙ୍ଗର ଛିଡା କରାଯାଉଛି । 

ମୋଦୀଙ୍କ ବିଶ୍ରାମ ପାଇଁ ସ୍ୱତନ୍ତ୍ର ଲାଉଞ୍ଜ ତିଆରି ହେଉଛି। ସଭାସ୍ଥଳକୁ ପ୍ରଧାନମନ୍ତ୍ରୀଙ୍କ ଗାଡି ଯିବା ପାଇଁ ସ୍ୱତନ୍ତ୍ର ଅସ୍ଥାୟୀ ରାସ୍ତା ନିର୍ମାଣ ଚାଲିଛି। ଜନ ସମାଗମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଉଛି । ପ୍ରାୟ ୫୦ ହଜାର ମୋବାଇଲ ଟଏଲେଟ, ପାଣି ଟାଙ୍କି କାର୍ଯ୍ୟ ଚାଲିଛି। ଗାଡି ପାର୍କିଂ ସ୍ଥାନ ବ୍ୟବସ୍ଥା ରହିଛି । ଜନତା ମୈଦାନର ଚାରି ପାଖେ ବ୍ୟାରିକେଡ଼ ବ୍ୟବସ୍ଥା ହୋଇଛି ।