୧୬୮୬ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ ମୁଖ୍ୟମନ୍ତ୍ରୀ ; ଦୁର୍ନୀତିରୁ ଦୂରେଇ ରହିବାକୁ ଦେଲେ ପରାମର୍ଶ

୭ଟି ବିଭାଗରେ ୧୬ ଶହ ୮୬ ଜଣଙ୍କୁ ଚାକିରି ବାଣ୍ଟିଲେ ମୋହନ ମାଝୀ । ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ଭଲ କାମ କରିବାକୁ ପରାମର୍ଶ । ୨୦୨୬ ଜୁନ୍ ସୁଦ୍ଧା ପୂରଣ ହେବ ଆହୁରି ୪୦ ହଜାର ସରକାରୀ ପଦବୀ ।

06

କନକ ବ୍ୟୁରୋ: ୭ଟି ବିଭାଗରେ ୧୬ ଶହ ୮୬ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ଏହି ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୭ଟି ବିଭାଗ ଯଥା- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସର୍ବାଧିକ ୯୮୨ ଜଣ, ଜଳ ସମ୍ପଦ ବିଭାଗରେ ୪୧୩, କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ୩୪, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗରେ ୧୩୬ ଜଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗରେ ୨୩, ଅର୍ଥ ବିଭାଗରେ ୬୧ ଜଣ ଓ ଆଇନ୍ ବିଭାଗରେ ୩୭ ଜଣ ଏହିଭଳି ସମୁଦାୟ ୧୬ ଶହ ୮୬ ଜଣଙ୍କୁ ବିଭିନ୍ନ ବର୍ଗରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । 

ବିଜେପି ସରକାରଙ୍କ ଦ୍ବିତୀୟ ବର୍ଷ ପ୍ରାରମ୍ଭର ଏହା ହେଉଛି ଦ୍ବିତୀୟ ନିଯୁକ୍ତି ମେଳା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ଭଲ କାମ କରିବାକୁ ପରାମର୍ଶ ଦେଇଛନ୍ତି । ଗତ ୧୫ ମାସ ମଧ୍ୟରେ ୧୧ଟି ନିଯୁକ୍ତି ମେଳା ଜରିଆରେ ମୋଟ ୩୦ହଜାର ୩୨ଟି ପଦବୀରେ ନିଯୁକ୍ତି ପ୍ରଦାନ କରିଛନ୍ତି ସରକାର । ପ୍ରଥମ ଦୁଇ ବର୍ଷରେ ୬୫ ହଜାର ସରକାରୀ ପଦବୀ ପୂରଣ କରାଯିବାର ଲକ୍ଷ୍ୟ ରଖାଯାଇଛି । ଜୁନ୍ ୨୦୨୬ ଶେଷ ସୁଦ୍ଧା ଆହୁରି ୪୦ ହଜାର ସରକାରୀ ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe