କନକ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ୯ ମନ୍ତ୍ରୀଙ୍କୁ ମିଳିଛି ଗୁରୁ ଦାୟିତ୍ୱ । ୯ ଜିଲ୍ଲାରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା କରାଯାଉଛି । ଏହାପୂର୍ବରୁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି କ୍ରମରେ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କୁ ଜଗତସିଂହପୁର ଜିଲ୍ଲା ଦାୟିତ୍ୱ ମିଳିଛି । ମନ୍ତ୍ରୀ ରବି ନାୟକଙ୍କୁ ବାଲେଶ୍ୱର ଜିଲ୍ଲା ଦାୟିତ୍ୱ ମିଳିଛି । ଭଦ୍ରକ ଦାୟିତ୍ୱରେ ଅଛନ୍ତି ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଛନ୍ଦ୍ର ମହାପାତ୍ରଙ୍କୁ ମୟୂରଭଞ୍ଜ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାପରେ ପୁରୀ ଦାୟିତ୍ୱ ଖୋଦ୍ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନେଇଛନ୍ତି । ସେହିଭଳି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କେନ୍ଦ୍ରାପଡା ଦାୟିତ୍ୱ ନେଇଛନ୍ତି । ବ୍ୟବସାୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କୁ ଗଞ୍ଜାମ ଦାୟିତ୍ୱ ମିଳିଛି । ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ କେନ୍ଦୁଝର ଦାୟିତ୍ୱ ମିଳିଛି । କଟକ ଦାୟିତ୍ୱ ନେଇଛନ୍ତି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ବାତ୍ୟା ପାଇଁ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ । ୯ ଜିଲ୍ଲା ପାଇଁ ୯ ମନ୍ତ୍ରୀଙ୍କୁ ଦିଆଗଲା ଦାୟିତ୍ୱ ।
ବାତ୍ୟା ‘ଦାନା’ ପାଇଁ ୯ ମନ୍ତ୍ରୀଙ୍କୁ ମିଳିଛି ଗୁରୁ ଦାୟିତ୍ୱ । ୯ ଜିଲ୍ଲାରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା କରାଯାଉଛି । ଏହାପୂର୍ବରୁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/kanak/media/media_files/2024/10/22/Y8bC1OZ7KpY1gPoDriqQ.jpg)