କନକ ବ୍ୟୁରୋ: ଚଳିତ ବର୍ଷ ଶୀଘ୍ର ଛୁଇଁ ପାରେ ମୌସୁମୀ । ଏନେଇ ପାଣିପାଗ ବିଭାଗ ତରଫରୁ ଅନୁମାନ କରାଯାଇଛି । ପାଣିପାଗ ବିଭାଗ କହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୨୭ ମେ’ ରେ କେରଳ ପହଞ୍ଚିପାରେ । ସାଧାରଣତଃ ମୌସମୀ ଜୁନ୍ ୧ ପର୍ଯ୍ୟନ୍ତ କେରଳରେ ପହଞ୍ଚିଥାଏ କିନ୍ତୁ ଚଳିତ ଥର ମୌସୁମୀ ଶୀଘ୍ର କେରଳ ପହଞ୍ଚିବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଯଦି ମୌସୁମୀ ୨୭ ମେ’ ସୁଦ୍ଧା କେରଳରେ ପହଞ୍ଚିଯାଏ, ତେବେ ଏହା ୨୦୦୯ ପରଠାରୁ ପ୍ରଥମ ଥର ହେବ । କାରଣ ୨୦୦୯ରେ ମୌସୁମୀ କେରଳରେ ୨୩ ମେ’ ରେ ପହଞ୍ଚିଥିଲା।
ସାଧାରଣତଃ ଦକ୍ଷିଣ ପଶ୍ଚିମ ମୌସୁମୀ ଜୁନ୍ ୧ରେ କେରଳରେ ପହଞ୍ଚିବା ପରେ ଜୁଲାଇ ୮ ପର୍ଯ୍ୟନ୍ତ ସାରା ଭାରତରେ ବର୍ଷା ହୋଇଯାଇଥାଏ। । ୧୭ ସେପ୍ଟେମ୍ବରରେ ମୌସୁମୀ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ହଟି ଯାଇଥାଏ । ଅକ୍ଟୋବର ୧୫ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଭାରତର ଉତ୍ତର ପଶ୍ଚିମ ଅଞ୍ଚଳରୁ ଫେରିଯାଇଥାଏ।