କନକ ବ୍ୟୁରୋ : ରାଜ୍ୟରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି। କିଛି କିଛି ସ୍ଥାନମାନଙ୍କରେ ବିଜୁଳି, ଘଡ଼ଘଡ଼ି ଜନିତ ବର୍ଷା ସମ୍ଭାବନା ଥିବା ବେଳେ ଉତ୍ତର ଓଡ଼ିଶାର କିଛି ଜିଲ୍ଲା ଓ ଉପକୂଳବର୍ତ୍ତୀ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି କରିଛି ବିଭାଗ । ସେପଟେ ଆସନ୍ତା କାଲି ବାଲେଶ୍ଵର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାର କିଛି କିଛି ସ୍ଥାନମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଉତ୍ତର ଓଡ଼ିଶାର ବି କିଛି ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ଥିବା ବେଳେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇନାହିଁ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।