କନକ ବ୍ୟୁରୋ: ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ପ୍ରଥମ ଦିନରେ ଶୋକପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଧାନସଭାର ସଦସ୍ୟ ଥିବା ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ତେବେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବା ପରେ ବିରୋଦୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇବା ସହିତ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ । ଜାଣିରଖିବା ଉଚିତ ଯେ, ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ୧୭ ତମ ବିଧାନସଭାର ଚତୁର୍ଥ ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି ।