କନକ ବ୍ୟୁରୋ: ରାଜ୍ୟର ପାରମ୍ପାରିକ କଳାକାରଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କେନ୍ଦୁଝର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି । ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି ।
ଆଜି କେମିତି କଟିବ ଦିନ? ଜାଣନ୍ତୁ...
ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହାଦ୍ବାରା ରାଜ୍ୟର ୪୭,୭୦୪ ଜଣ କଳାକାର ଓ ସେମାନଙ୍କ ପରିବାର ବର୍ଗ ଉପକୃତ ହେବେ । ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରଚାର ପ୍ରସାର କରୁଥିବା କଳାକାର ମାନଙ୍କ ସମ୍ମାନରେ ଏହି ଭତ୍ତା ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ କଳାକାର ମାନଙ୍କ ଭତ୍ତା ବୃଦ୍ଧି ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/12/29/42-2025-12-29-07-31-54.jpg)