କନକ ବ୍ୟୁରୋ : ରାଜ୍ୟରେ କେତେ ଭୂତ ରାସନକାର୍ଡ ଚିହ୍ନଟ ହେଲାଣି ବୋଲି ଗୃହରେ ପ୍ରଶ୍ନ ଉଠିଥିଲା। ଏହାର ଉତ୍ତରକ୍ରମରେ ତଥ୍ୟ ରଖିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର।  ତଥ୍ୟ ଅନୁସାରେ , ରାଜ୍ୟରେ ଏପର୍ଯ୍ୟନ୍ତ ଚିହ୍ନଟ ହୋଇଛନ୍ତି ମୋଟ ୨୨ ହଜାର ୨୯୩ ଟି ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ । ଏହାସହ ରାଜ୍ୟରେ ୮୪ ହଜାର ୭୫୭ ଜଣ ହିତାଧିକାରୀ ରାସନ କାର୍ଡ ପାଇବାରୁ ବାଦ୍ ପଡିଛନ୍ତି । ନୂଆ ସରକାର ଆସିବା ପରେ ଯାଞ୍ଚ କରାଯାଇ ୨ ହଜାରରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ କରାଯିବା ସହ ସେମାନଙ୍କ କାର୍ଡକୁ ବାତିଲ କରାଯାଇଛି।  ଅନ୍ୟପଟେ ହଜାର ହଜାର  ପ୍ରକୃତ ଯୋଗ୍ୟ ହିତାଧିକାରୀ ରାସନକାର୍ଡ ଖଣ୍ଡେ ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହି ସମସ୍ୟାରେ ସବୁଠୁ ଆଗରେ ଅଛି ଅନୁଗୁଳ ଜିଲ୍ଲା ଯେଉଁଠି ୩ ହଜାର ୯୭୨ ହିତାଧିକାରୀ ରାସନକାର୍ଡରୁ ବଞ୍ଚିତ ହୋଇ ରହିଛନ୍ତି । ଏହାପରେ ରହିଛି ବାଲେଶ୍ବର ଓ ବରଗଡ ଜିଲ୍ଲା ।