କନକ ବ୍ୟୁରୋ: ରାଜ୍ୟର ୩ ପ୍ରମୁଖ ସହରରେ ବନ୍ଦ ରହିଛି ପୌର ନିର୍ବାଚନ । ସମ୍ବଲପୁର ଆଉ ରାଉରକେଲାରେ ପୌର ନିର୍ବାଚନ ଗତ ୧୧ ବର୍ଷ ହେଲା ବନ୍ଦ ପଡିଥିବାବେଳେ, ପୁରୀରେ ଗତ ୬ ବର୍ଷ ହେଲା ବନ୍ଦ ରହିଛି ପୌର ନିର୍ବାଚନ । ହେଲେ ଏବେ ହାଇକୋର୍ଟଙ୍କ ଶୁଣାଣି ପରେ, ପୁଣିଥରେ ଏହି ୩ ସହରରେ ପୌର ନିର୍ବାଚନ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ମନ୍ତ୍ରୀଙ୍କ କହିବା ମୁତାବକ, ପୁରୀ, ରାଉରକେଲା, ସମ୍ବଲପୁରରେ ପୌର ନିର୍ବାଚନ ଦୀର୍ଘ ବର୍ଷ ହେଲା ବନ୍ଦ ରହିଛି । ବିଜେଡି ସରକାର ବେଳେ ବର୍ଷ ବର୍ଷ ଧରି ବନ୍ଦ ରହିଥିଲା ପୌର ନିର୍ବାଚନ । ହେଲେ ଏହି ୩ ସହରରେ ପୁଣିଥରେ ନିର୍ବାଚନ କରିବାକୁ ସରକାର ଯୋଜନା କରୁଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସରିଛି ।
ତେବେ ହାଇକୋର୍ଟରେ ଏହି ମାମଲା ବିଚାରାଧିନ ରହିଛି । ସରକାରଙ୍କ ଓକିଲ ମଧ୍ୟ ଲଢ଼ୁଛନ୍ତି । ବିଚାରପତିଙ୍କ ରାୟ ଆସିବା ପରେ ସରକାର ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିବେ ବୋଲି ମନ୍ତ୍ରୀ କହିଛନ୍ତି । ଗଣତନ୍ତ୍ରକୁ ରକ୍ଷା କରିବା ପାଇଁ ଯାହା ଆବଶ୍ୟକ ରହିଛି, ଏ ସରକାର ତାହା କରିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/03/05/lAkwBCyuHcvFGQ5r6V5T.jpg)