ଦୋଛକିରେ ସରକାର: କିଏ କରିବ ନବ ଦାସଙ୍କ ହତ୍ୟାର ତଦନ୍ତ, କ୍ରାଇମ୍‌ବ୍ରାଞ୍ଚ ନା ସିବିଆଇ ?

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ଉପଯୁକ୍ତ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।

ଅଦ୍ୟତନ ହୋଇଛି
naba das case_

naba das case_ Photograph: (KanakNews)

କନକ ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ଉପଯୁକ୍ତ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି । ସ୍ୱର୍ଗତ ଦାସଙ୍କ ପତ୍ନୀ ମିନତି ଦାସ, ମୁଖ୍ୟମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ ଭେଟିବା ଲାଗି ସମୟ ମାଗିଥିଲେ। ମୁଖ୍ୟମନ୍ତ୍ରୀ ଆଜି ଅପରାହ୍‌ଣରେ ଭେଟିବା ପାଇଁ ସମୟ ଦେଇଥିବାରୁ ପୁଅ ବିଶାଳ ଓ ଝିଅ ଦୀପାଳିଙ୍କ ସହ ଶ୍ରୀମତୀ ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମିନତି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଥିଲେ । ମାମଲାର ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି ବୋଲି ଦୀପାଳି ଗଣମାଧ୍ୟମକୁ କହିଛନ୍ତି ।

CM**
CM** Photograph: (Kanaknews)

ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ସାନି ତଦନ୍ତ ଆରମ୍ଭ ହୋଇଛି । ଗତକାଲି କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍‌ ଝାରସୁଗୁଡ଼ା ସରବାହାଲସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଝିଅ ତଥା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କ ବୟାନ ରେକର୍ଡ କରିଥିଲେ । ଦ୍ବିତୀୟ ଦିନରେ ଅର୍ଥାତ୍‌ ଆଜି ସକାଳେ କ୍ରାଇମବ୍ରାଞ୍ଚ ଟିମ୍‌ ପୁଣିଥରେ ତାଙ୍କ ବାସଭବନକୁ ଯାଇ ସ୍ବର୍ଗତ ଦାସଙ୍କ ପତ୍ନୀ ମିନତି ଦାସଙ୍କ ବୟାନ ରେକର୍ଡ କରିଥିଲା । ଏହି ସମୟରେ ହତ୍ୟା ମାମଲାର ଅନେକ ଅନାଲୋଚିତ ଦିଗ ପ୍ରତି ତଦନ୍ତ କରିବା ପାଇଁ ପରିବାର ପକ୍ଷରୁ କ୍ରାଇମବ୍ରାଞ୍ଚକୁ ଅନୁରୋଧ କରାଯାଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି । ମିନତି ଦାସଙ୍କ ବୟାନ ଆଧାରରେ ତଦନ୍ତ କରାଯିବ ବୋଲି କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସ୍‌ପି ବିଜୟ ମଲ୍ଲିକ ଗଣମାଧ୍ୟମକୁ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe