କନକ ବ୍ୟୁରୋ: ନବ ଦାସ ହତ୍ୟା ମାମଲାରେ ପୁଣି ତନାଘନା କରିବ କ୍ରାଇମ୍ବ୍ରାଞ୍ଚ। ଆଜି କ୍ରାଇମ୍ବ୍ରାଞ୍ଚରେ ହାଜର ହୋଇପାରନ୍ତି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସ। ଦୁଇ ଜଣଙ୍କୁ ମାର୍ଚ୍ଚ ପ୍ରଥମ ସପ୍ତାହରେ କୌଣସି ଦିନ ହାଜର ହେବା ପାଇଁ ନୋଟସ୍ କରାଯାଇଛି । ତେଣୁ ଆଜି ସେମାନେ ହାଜର ହେବେ ବୋଲି ସୂଚନା ମିଳିଛି।
କ୍ରାଇମ୍ବ୍ରାଞ୍ଚ ତଦନ୍ତ ନେଇ କୌଣସି ଆପତ୍ତି ଥିଲେ ବା କିଛି କହିବାର ଥିଲେ ସେମାନେ ଜଣାଇପାରିବେ ବୋଲି କୁହାଯାଇଛି ।
ମାମଲାକୁ ସିବିଆଇ ତଦନ୍ତ କରୁ ବୋଲି ବୟାନବାଜି ଲାଗି ରହିଛି। ଏହାରି ଭିତରେ କ୍ରାଇମ୍ବ୍ରାଞ୍ଚ ନୋଟିସ୍ ଚର୍ଚ୍ଚାକୁ ଆହୁରି ବଢାଇ ଦେଇଛି। କ୍ରାଇମ୍ବ୍ରାଞ୍ଚର ଏହି ନୋଟିସ୍ ପରେ ଏବେ ସବୁ ମହଲରେ ଚର୍ଚ୍ଚା ଯେ କ୍ରାଇମ୍ବ୍ରାଞ୍ଚକୁ କ’ଣ କହିବେ ଦୀପାଳି ଓ ବିଶାଳ? ତଦନ୍ତରେ ତ୍ରୁଟି ରହିଛି ବୋଲି ଅଭିଯୋଗ ଆଣିବେ କି? ତଦନ୍ତର କେଉଁ କେଉଁ ଦିଗକୁ ନେଇ ସେମାନେ ଆପତ୍ତି ଉଠାଇବେ?