କନକ ବ୍ୟୁରୋ: ମକରସଂକ୍ରାନ୍ତି ପୂର୍ବ ଦିନ ନବାଙ୍କ ବେଢ଼ା ନୀତିରେ କ୍ଷୀର କିଏ ଆଉଟିବେ ତାକୁ ନେଇ ଉପୁଜିଥିଲା ବିବାଦ । ଏନେଇ ବଡ଼ୁ ନିଯୋଗ ଓ ବ୍ରାହ୍ମଣ ନିଯୋଗ ମୁହାଁମୁହିଁ ହୋଇଥିଲେ । ଉଭୟ ନିଯୋଗଙ୍କ ବିବାଦ ଯୋଗୁଁ ମଙ୍ଗଳବାର ରାତିରୁ ହୋଇ ପାରିନି ଭୋଗ । ଫଳରେ ଠାକୁର ଓପାସରେ ରହିଛନ୍ତି । ଅନ୍ୟପଟେ  ଶ୍ରଦ୍ଧାଳୁ ଠାକୁରଙ୍କୁ ଦର୍ଶନ କରୁଥିବା ବେଳେ ଭୋଗ ମଧ୍ୟ କରୁଛନ୍ତି ହେଲେ ଏହାର ଫଳ ଶୂନ ବୋଲି କହିଛନ୍ତି ଶ୍ରଦ୍ଧାଳୁ । 

Advertisment

ପାର୍କ କରି ଭୁଲିଗଲେ! ଉନ୍ନତୀକରଣ ପରେ ଅଲୋଡ଼ା

ଗତବର୍ଷରୁ ଏହି ବିବାଦ ରହିଥିବା ବେଳେ ପ୍ରଶାସନ ବା ଦେଵତ୍ତୋର କମିସନ ଏଥିରେ ହସ୍ତକ୍ଷେପ କରିନାହାନ୍ତି । ଗତ ବର୍ଷ ମକର ସଂକ୍ରାନ୍ତିରେ ଏହି ବିବାଦ ଉଠିଥିବା ବେଳେ ୩ଦିନ ମନ୍ଦିରରେ ନୀତି ବନ୍ଦ ରହିଥିଲା । ତେବେ ୧୦ମାସ ବିତିଯିବା ପରେ ଗତବର୍ଷ ଡିସେମ୍ବରରେ ସୁଆର ଏହି ସେବା କରିବାକୁ ଜିଲାପାଳ ନିର୍ଦେଶ ଦେଲେ ଯାହାକୁ ବଡ଼ୁ ନିଯୋଗ ବିରୋଧ କରି କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ପ୍ରସଙ୍ଗରେ କୋର୍ଟ ରହିତାଦେଶ ଜାରି କରିଛନ୍ତି। ତେଣୁ ନୀତି ବନ୍ଦ ପାଇଁ ପ୍ରଶାସନକୁ ଦାୟୀ କରିଛନ୍ତି ଉଭୟ ସେବାୟତ। ସେପଟେ ନୀତିକାନ୍ତି ବନ୍ଦ ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ନୀତି ବନ୍ଦ କରିଥିବା ସେବାୟତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଏଭଳି କଡ଼ା ଚେତାବନୀ ଦେଇଛନ୍ତି ଏକାମ୍ର ବିଧାୟକ ।