ଦେଶ ପାଳୁଛି ସମ୍ବିଧାନ ଦିବସ :ରାଜଧାନୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ,ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ସମ୍ବିଧାନ ଗଠନ ହେବାକୁ ପୂରଣ ହୋଇଛି ୭୫ ବର୍ଷ । ଏନେଇ ସାରା ଦେଶରେ ପାଳିତ ହେଉଛି ସମ୍ବିଧାନ ଦିବସ। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ, ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଧାୟକ ବାବୁ ସିଂ ଆଦି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । 

mohan 3

କନକବ୍ୟୁରୋ : ସମ୍ବିଧାନ ଗଠନ ହେବାକୁ ପୂରଣ ହୋଇଛି ୭୫ ବର୍ଷ । ଏନେଇ ସାରା ଦେଶରେ ପାଳିତ ହେଉଛି ସମ୍ବିଧାନ ଦିବସ। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ, ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କ୍ରୀଡ଼ାମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଧାୟକ ବାବୁ ସିଂ ଆଦି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । 

ଏହି ଅବସରରେ ଏଜି ଛକରୁ ଆରମ୍ଭ କରି କ୍ୟାପିଟାଲ ହସ୍ପିଟାଲ ପର୍ଯ୍ୟନ୍ତ ଏକ ପଦଯାତ୍ରା କରାଯାଇଛି । ଏଥିରେ ସମସ୍ତ ନେତା, ମନ୍ତ୍ରୀ ସାମିଲ ହୋଇଛନ୍ତି। ପଦଯାତ୍ରାରେ ଯାଇ କାପିଟାଲ ହସ୍ପିଟାଲ ନିକଟରେ ସଫେଇ କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe