କନକବ୍ୟୁରୋ : ଆଜି ଓଡ଼ିଶା ଆସୁଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧକ୍ଷ ହରିବଂଶ ନାରାୟଣ ସିଂହ । ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀରେ ହେବେ ସାମିଲ । ଆଜି ଏବଂ ଆସନ୍ତାକାଲି ଦୁଇଦିନ ଧରି ଲୋକସେବା ଭବନ କନଭେନସନରେ ଏହି ଜାତୀୟ ସମ୍ମିଳନୀ ବସିବ। ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି। ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ ।
ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ । ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ। ସାରା ଦେଶରୁ ୨୪୦ରୁ ଅଧିକ ଜନ ପ୍ରତିନିଧି ଏହି ସମ୍ମିଳନୀରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।
ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଏ ନେଇ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2025/08/29/om-birla-2025-08-29-07-55-54.jpg)