କନକ ବ୍ୟୁରୋ:  ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

Advertisment

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ !

ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଆଜି ଗୁଜରାଟ ଏକତା ନଗରରେ ଭବ୍ୟ ପରେଡ୍ ଆୟୋଜନ କରାଯାଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଏକତା ଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ ।