ଆଜି ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଦେଶ ପାଳୁଛି ଏକତା ଦିବସ

Advertisment

ଗୁଜରାଟରେ ଭବ୍ୟ ପରେଡରେ ଅଭିବାଦନ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ । ଏପଟେ ଭୁବନେଶ୍ବରରେ ଏକତା ଦୌଡ଼ କାର୍ଯ୍ୟକ୍ରମ

ଗୁଜରାଟରେ ଭବ୍ୟ ପରେଡରେ ଅଭିବାଦନ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ । ଏପଟେ ଭୁବନେଶ୍ବରରେ ଏକତା ଦୌଡ଼ କାର୍ଯ୍ୟକ୍ରମ

National Unity Day 2025

National Unity Day 2025 Photograph: (KanakNews)

କନକ ବ୍ୟୁରୋ:  ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି ।

ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ !

ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ଆଜି ଗୁଜରାଟ ଏକତା ନଗରରେ ଭବ୍ୟ ପରେଡ୍ ଆୟୋଜନ କରାଯାଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଆଜି ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ଏକତା ଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । 


 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe