କନକ ବ୍ୟୁରୋ : ସୁସ୍ଥ ଅଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଗତକାଲି ଅସୁସ୍ଥତା କାରଣରୁ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥବସ୍ଥା ଭଲ ରହିଛି । ଆଜି ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯିବ ବୋଲି ସୂଚନା ମିଳିଛି । ଡି-ହାଇଡ୍ରେସନ ଜନିତ ସମସ୍ୟା ପାଇଁ ରବିବାର ସନ୍ଧ୍ୟା ପ୍ରାୟ ୫ଟା ୧୫ରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ । ନବୀନ ପଟ୍ଟନାୟକଙ୍କୁ ଦେଖା କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ହସ୍ପିଟାଲ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଛିଥିଲେ ।
ସେହିପରି ବିଜେଡିର ବହୁ ବରିଷ୍ଠ ନେତା ମେଡିକାଲରେ ପହଞ୍ଚିଥିଲେ । ନବୀନଙ୍କ ସୁରକ୍ଷା ପାଇଁ ଘରୋଇ ହସ୍ପିଟାଲ ଆଗରେ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି । ସର୍ଭିକାଲ ଆଥ୍ରାଇଟିସ୍ ଅସ୍ତ୍ରୋପଚାର ନିମନ୍ତେ ଜୁନ୍ ମାସ ୨୦ ତାରିଖରେ ମୁମ୍ବାଇ ଯାଇଥିଲେ ନବୀନ ପଟ୍ଟନାୟକ । ସେଠାରେ ୨୦ ଦିନ ରହିବା ପରେ ଗତ ଜୁଲାଇ ୧୨ ତାରିଖରେ ନବୀନ ଭୁବନେଶ୍ୱର ଫେରିଥିଲେ । ସେପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/08/18/19-2025-08-18-08-51-39.jpg)