କନକ ବ୍ୟୁରୋ: ବାଲେଶ୍ଵର ଛାତ୍ରୀ ଆତ୍ମାହୁତି ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଛାତ୍ରୀଙ୍କୁ ନ୍ୟାୟ ଦେବାକୁ ଦାବି କଲେ ବିରୋଧୀ ଦଳ ନେତା । କଲେଜ ଅଧ୍ୟକ୍ଷଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷା ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ବାରମ୍ବାର ତାଙ୍କ ଅଭିଯୋଗ ଜଣାଇବା ସତ୍ତ୍ୱେ ତାଙ୍କୁ ନ୍ୟାୟ ପାଇବାରୁ ବଞ୍ଚିତ ଥିଲେ ଛାତ୍ରୀ । ଏହାସହ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆରୋଗ୍ୟ କାମନା କରିଛନ୍ତି ନବୀନ । ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସରେ ଛାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ପଟ୍ଟନାୟକ ।
ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/07/13/naveen-2025-07-13-13-03-46.jpg)