କନକ ବ୍ୟୁରୋ : ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭାବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ । ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଂ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି । ଦୋଲେରା ଗିଫ୍ଟ ସିଟି ଢାଞ୍ଚାରେ ଏହାର ନିର୍ମାଣ ହେବା ନେଇ ଚିନ୍ତା କରାଯାଉଛି ।
ନୂଆ ସହରରେ ଆଇଟି ପାର୍କ, ମେଡିକାଲ ସୁବିଧା, ଲୋକ ରହିବା ପାଇଁ ଘର, ବ୍ୟବସାୟିକ ପ୍ରତିଷ୍ଠାନ, ଓପନ ସ୍ପେସ, ଅର୍ଥନୈତିକ ଆକ୍ଟିଭିଟି ବ୍ୟବସ୍ଥା ରହିଛି । ନୂଆ ସହର ମଧ୍ୟରେ ଶିଳ୍ପ ସଂସ୍ଥାକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ଏହାର ଡିପିଆର ସିଙ୍ଗାପୁର ସରକାର ବନାଉଥିବା ବେଳେ, ଆବଶ୍ୟକ ଅର୍ଥ ମଧ୍ୟ ସେମାନଙ୍କୁ ଦିଆଯାଇଛି । ଆସନ୍ତା ଏକ ମାସରୁ ଦୁଇ ମାସ ଭିତରେ ରାଜ୍ୟ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର । ସହର ବୃଦ୍ଧି ସହ ସହରକୁ ରି-ଡେଭଲପମେଣ୍ଟ ମଧ୍ୟ କରିବାକୁ ଆମେ ଯୋଜନା କରାଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/09/01/new-bhubaneswar-2025-09-01-16-40-54.jpg)