+୩ ନାମଲେଖାକୁ ନେଇ ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇବାକୁ ପିଲାଙ୍କୁ ପୁଣି ସୁଯୋଗ

୨୦୨୪-୨୫ ଶିକ୍ଷା ବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ପ୍ରଥମ ପର୍ୟ୍ୟାୟରେ ଆବେଦନ କରିଥବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ୟ୍ୟାୟରେ ବି ଆବେଦନ କରିପାରିବେ। ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ।

=3

କନକ ବ୍ୟୁରୋ:  ୨୦୨୪-୨୫ ଶିକ୍ଷା ବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ଆବେଦନ କରିଥବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ୟ୍ୟାୟରେ ବି ଆବେଦନ କରିପାରିବେ। ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ। 

ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ୟ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ଅଂଶଗ୍ରହଣ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ରହିଥିବା କହିଛନ୍ତି ମନ୍ତ୍ରୀ। ଦ୍ୱିତୀୟ ପର୍ୟ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ରାତି ୧୧ଟା ୪୫ ପର୍ୟ୍ୟନ୍ତ ଚାଲିବ। ଏଥିରେ କେଉଁମାନେ ଆବେଦନ କରିପାରିବେ ଏବଂ ଆବେଦନ କରିପାରିବେ ନାହିଁ ସେନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ ଜାରି ହୋଇଥିଲା। ପ୍ରଥମ ପର୍ୟ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ୟ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଗାଇଡ଼ଲାଇନରେ ଉଲ୍ଲେଖ କରାଯାଇଥିଲା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe