କନକ ବ୍ୟୁରୋ: ବଣ୍ଟନ ହେବ ନୂଆ ରାସନ କାର୍ଡ । ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ । ନୂଆ ରାସନ କାର୍ଡ ବଣ୍ଟନ ପାଇଁ ସରକାରଙ୍କ ଘୋଷଣା । ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ । ବିଡିଓ, ମ୍ୟୁନିସିପାଲ୍ କମିସନର ଇସ୍ୟୁ କରିବେ କାର୍ଡ । ୨୦ ଏପ୍ରିଲ ସୁଦ୍ଧା ନୂଆ ରାସନ କାର୍ଡ ପ୍ରସ୍ତୁତ କରିବେ । ବ୍ଲକ ଓ ୟୁଏଲବି ଅଧିକାରୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିବେ । ଯାଞ୍ଚପରେ ନୂଆ ସଦସ୍ୟ ସାମିଲ କରାଯାଇ ପାରିବ । ଖାଦ୍ୟ ବିଭାଗ ଓ ଖାଉଟି କଲ୍ୟାଣବିଭାଗର ସୂଚନା ।
ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଇକେଓ୍ୱାଇସି କରି ଯୋଗ୍ୟ ହିତାଧିକାରୀ ଚିହ୍ନଟ କରିବା ସହ ଅଯୋଗ୍ୟଙ୍କୁ ବାଦ ଦିଆଯିବା ପ୍ରକ୍ରିୟା ଜାରି ରହିଛି । ତେବେ ଏହାରି ଭିତରେ ନୂଆ ରାସନ କାର୍ଡ ବଣ୍ଟନ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖୁସି ଖବର ଆଣିଦେଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/04/18/GCVN8zcyOManJiPzTF3P.jpg)