ଏନଆଇଏ ହାତରେ ଲାଗିଲା ଆତଙ୍କୀ ଡାକ୍ତର ଉମର ଓ ମୁଜାମିଲର ଡାଏରି, ଡାଏରିରେ ବିସ୍ଫୋରଣ ଷଡଯନ୍ତ୍ରର ବ୍ଲୁ-ପ୍ରିଣ୍ଟ

ଭାରତୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଜାଣିପାରିଛନ୍ତି ଯେ, ୧୧ ଦିନ ପୂର୍ବରୁ ଡାକ୍ତର ଉମର ଧଳା ହୁଣ୍ଡାଇ ଆଇ-୨୦ କାର କିଣିଥିଲେ ଏବଂ ବିସ୍ଫୋରଣ ସମୟରେ କାରରେ ଥିଲେ । ସେ ଫରିଦାବାଦରେ ଗିରଫ ହୋଇଥିବା ଆତଙ୍କୀ ମଡ୍ୟୁଲର ସଦସ୍ୟ ମଧ୍ୟ ଥିଲେ। ପୁଲୱାମାର ସାମ୍ବୁରା ଗାଁର ବାସିନ୍ଦା ଉମରଙ୍କ ମା ଏବଂ ଭାଇଙ୍କଠାରୁ ଡିଏନଏ ନମୁନା ନିଆଯାଇଥିଲା। କାରରେ ମିଳିଥିବା ମୃତଦେହର ଅବଶେଷ ସେଗୁଡ଼ିକ ୧୦୦% ମେଳ ଖାଉଥିବା ଜଣାପଡିଛି । ମୃତକଙ୍କ ଦାନ୍ତ, ହାଡ଼ ଏବଂ ଅନ୍ୟାନ୍ୟ ଅବଶେଷ ମା ଏବଂ ଭାଇଙ୍କ ନମୁନା ସହିତ ମେଳ ଖାଉଥିବା ଜଣାପଡିଛି ।

delhi

କନକ ବ୍ୟୁରୋ : ସାମ୍ନାକୁ ଆସିଲା ଦିଲ୍ଲୀ ବିସ୍ଫୋରଣର ସତ । ଆତଙ୍କୀ ଡାକ୍ତର ଉମର ଉଲ୍ ନବୀ ଘଟାଇଥିଲା ବିସ୍ଫୋରଣ । ନଭେମ୍ବର ୧୦ ତାରିଖ ସନ୍ଧ୍ୟାରେ ଲାଲ କିଲ୍ଲା ନିକଟରେ ନିଜେ ଆତ୍ମଘାତୀ ବିସ୍ଫୋରଣ ଘଟାଇଥିଲା ଉମର । ଡିଏନଏ ଟେଷ୍ଟରୁ ସାମ୍ନାକୁ ଆସିଲା ପୂରା ସତ । ବିସ୍ଫୋରଣ ସ୍ଥଳରୁ ମିଳିଥିଲା ହାଡ଼, ଦାନ୍ତର ନମୁନାରୁ ଯେଉଁ ଡିଏନଏ ସଂଗ୍ରହ କରାଯାଇଥିଲା ତାହା ଉମରର ପରିବାର ସହ ଶତ ପ୍ରତିଶତ ମେଳ ଖାଉଥିବା ଫରେନସିକ୍ ଯାଞ୍ଚରେ ସ୍ପଷ୍ଟ ହୋଇଛି । ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି । ଭାରତୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଜାଣିପାରିଛନ୍ତି ଯେ, ୧୧ ଦିନ ପୂର୍ବରୁ ଡାକ୍ତର ଉମର ଧଳା ହୁଣ୍ଡାଇ ଆଇ-୨୦ କାର କିଣିଥିଲେ ଏବଂ ବିସ୍ଫୋରଣ ସମୟରେ କାରରେ ଥିଲେ । ସେ ଫରିଦାବାଦରେ ଗିରଫ ହୋଇଥିବା ଆତଙ୍କୀ ମଡ୍ୟୁଲର ସଦସ୍ୟ ମଧ୍ୟ ଥିଲେ। ପୁଲୱାମାର ସାମ୍ବୁରା ଗାଁର ବାସିନ୍ଦା ଉମରଙ୍କ ମା ଏବଂ ଭାଇଙ୍କଠାରୁ ଡିଏନଏ ନମୁନା ନିଆଯାଇଥିଲା। କାରରେ ମିଳିଥିବା ମୃତଦେହର ଅବଶେଷ ସେଗୁଡ଼ିକ ୧୦୦% ମେଳ ଖାଉଥିବା ଜଣାପଡିଛି । ମୃତକଙ୍କ ଦାନ୍ତ, ହାଡ଼ ଏବଂ ଅନ୍ୟାନ୍ୟ ଅବଶେଷ ମା ଏବଂ ଭାଇଙ୍କ ନମୁନା ସହିତ ମେଳ ଖାଉଥିବା ଜଣାପଡିଛି । 

SriLanka Team In Pak: ଇସାଲାମାବାଦ ବ୍ଲାଷ୍ଟ ପରେ ଶ୍ରୀଲଙ୍କା ଟିମ୍ ଭୟରେ; ପାକିସ୍ତାନରେ ରହିବାକୁ ଡରିଲାଣି

ସେପଟେ  ବିସ୍ଫୋରଣ ପଛରେ ଓଡ଼ିଶା ଲିଙ୍କ୍ କଥା ଜଣାପଡ଼ିଛି । ଓଡ଼ିଶାରେ ଆତଙ୍କୀ ମୁଜାମିଲ୍ ସକିଲର ସମ୍ପର୍କ ରହିଛି । ଜେରା ବେଳେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ତଦନ୍ତକାରୀ ଟିମ୍‌ ହାତରେ ଲାଗିଛି । ମୁଜାମିଲର ହ୍ୱାଟ୍ସଆପରେ ଯାଞ୍ଚ ବେଳେ ଓଡ଼ିଶାର କିଛି ନମ୍ବର ସହ ମେସେଜରେ କଥାବାର୍ତ୍ତା ହୋଇଥିବା ଜଣାପଡ଼ିଥିଲା। ତେବେ ଓଡ଼ିଶାର କେଉଁମାନେ ମୁଜାମିଲର ସମ୍ପର୍କରେ ଥିଲେ ? କାହିଁକି ସେମାନେ ମୁଜାମିଲ୍‌ ସହ କଥାବାର୍ତ୍ତା ବା ଚାଟିଂ କରୁଥିଲେ? ଏହାର ଖୋଳତାଡ଼ କରିବ ଏନଆଇଏ। ମିଳିଥିବା ତଥ୍ୟରୁ ଏନଆଇଏ ଟିମ୍‌ କେତେକଙ୍କ ତାଲିକା କରିଛି । ବିଶେଷକରି କଟକ ଜିଲ୍ଲାର ଏକ କଲେଜକୁ ନେଇ ସନ୍ଦେହ ସଷ୍ଟି ହୋଇଛି। ଏ ସଂପର୍କରେ ଅଧିକ ତନାଘନା ପାଇଁ ଖୁବ ଶୀଘ୍ର ଏନଆଇଏର ଏକ ଟିମ୍‌ ଓଡ଼ିଶା ଆସିବ ବୋଲି ଜଣାପଡ଼ିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe