କନକ ବ୍ୟୁରୋ : ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇ ଜେଲ ଗଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ମହାନ୍ତି । ମେଡିକାଲ ଟେଷ୍ଟ ପରେ, ରବିବାର ଛୁଟିଦିନରେ ବୋର୍ଡ ଉପସଭାପତିଙ୍କୁ ମାଜିଷ୍ଟ୍ରେଟଙ୍କ ଘରେ ହାଜର କରାଯାଇଥିଲା । ଏହାପରେ ତାଙ୍କୁ ଜେଲ୍ ପଠାଯାଇଛି । OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ତାଙ୍କ ଉପରେ ଯେଉଁ ସନ୍ଦେହ ଥିଲା ତାହା ପ୍ରମାଣିତ ହେବା ପରେ କାର୍ଯ୍ୟାନୁଷ୍ଠାନ ହୋଇଛି । ତାଙ୍କ ଲାପଟପ୍କୁ ପ୍ରଶ୍ନପତ୍ର କେମିତି ଆସିଲା ଓ ଚୋରି ହେଲା? ଏହି ପ୍ରଶ୍ନର ଉତ୍ତର ଖୋଜିବାକୁ ଉଦ୍ୟମ ଚଳାଇଛି ତଦନ୍ତକାରୀ ସଂସ୍ଥା।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us