କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏବେ ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଧୀରେଧୀରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଆସନ୍ତା ୪ ତାରିଖରେ ଲଘୁଚାପର ରୂପ ନେବ। ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍ ବୋଲି କହିଛନ୍ତି ଆଇଏମଡି ଡିଜି । ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ । ତେଣୁ ଓଡ଼ିଶା ଉପରେ କୌଣସି ବାତ୍ୟା ଭୟ ନାହିଁ ବୋଲି କହିଛନ୍ତି ଭାରତୀୟ ପାଣିପାଗ ମହା ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିବ ।