କନକ ବ୍ୟୁରୋ : ଚଳିତମାସ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସୁଛନ୍ତି । ଏହି ଦିନ ରାଜ୍ୟରେ ଥିବା ବିଜେପି ସରକାରର ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହି କ୍ରମରେ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ଅଧିକାରୀଙ୍କୁ ୩ ଯାଏଁ ଅର୍ଥାତ ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ହେଡକ୍ୱାଟର ନ ଛାଡିବାକୁ ରାଜ୍ୟ ସରକାରଙ୍କ ତରଫରୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ଛୁଟି ଦିନରେ ବି ହେଡକ୍ୱାଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । ସେପଟେ ମୋଦୀଙ୍କ ଗସ୍ତବେଳେ ତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦ ଜଣ ଓଏଏସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି ।