କନକ ବ୍ୟୁରୋ : ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଏଥିସହ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ । ଖାଲି ହେଉଥିବା ଓଡ଼ିଶାର ୪ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଆଜିଠୁ ମାର୍ଚ୍ଚ ୫ ତାରିଖ ଯାଏଁ  ନାମାଙ୍କନ ଦାଖଲ କରିପାରେବି ପ୍ରାର୍ଥୀ । ମାର୍ଚ୍ଚ ୬ରେ ନାମାଙ୍କନ ଯାଞ୍ଚ ଓ ୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ । ମାର୍ଚ୍ଚ ୧୬ରେ ପଡ଼ିବ ରାଜ୍ୟସଭା ଭୋଟ । ବିଧାନସଭା ବଜେଟ ଅଧିବେଶନ ମଙ୍ଗଳବାର ଶେଷ ହୋଇଥିବା ବେଳେ ଏବେ ସବୁ ଦଳର ନଜର ରାଜ୍ୟସଭା ସମ୍ଭାବ୍ୟ ପ୍ରାର୍ଥୀ ଉପରେ ।

Advertisment

ସଂଖ୍ୟା ଥାଉ କି ନଥାଉ ସବୁ ଦଳ ଏହି ରେସରେ ଧାଉଁଛନ୍ତି । ତେବେ ପ୍ରାର୍ଥୀଙ୍କୁ ନେଇ ସ୍ପଷ୍ଟ କରୁନାହାନ୍ତି କୌଣସି ଦଳ। ରାଜ୍ୟସଭା ରେସ୍‌ରେ ଥିବା ଚେହେରାଙ୍କୁ ନେଇ ଏପଟେ ଚର୍ଚ୍ଚା ଜୋର୍, ସେପଟେ ୩ ପ୍ରମୁଖ ଦଳକୁ ଘାରିଛି ବିଭାଜନ ଭୟ । ଅନ୍ତର୍କନ୍ଦଳରେ ଘାରି ହେଉଥିବା ବିଜେଡି ଓ କଂଗ୍ରେସ ହୁଅନ୍ତୁ ଅବା ତୃଣମୂଳରେ ସଂଗଠନ ସଜାଡ଼ି ପାରୁନଥିବା ବିଜେପି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ୩ଟି ଯାକ ଦଳ ନିଜର ପ୍ରାର୍ଥୀ ନିଷ୍ପତ୍ତିକୁ ନେଇ ହାତେ ମାପି ଚାଖଣ୍ଡେ ଚାଲୁଛନ୍ତି ।

ଅଧିକ ପଢନ୍ତୁ : ନୂଆପଡ଼ା ବିଜେପି କାର୍ଯ୍ୟାଳୟରେ ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ କାର୍ଯ୍ୟଶାଳା ଆୟୋଜିତ ,ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

 ଗୋଟିଏ ପଟେ ରାଜ୍ୟସଭା ଚତୁର୍ଥ ଆସନକୁ ନେଇ ସରଗରମ ଚର୍ଚ୍ଚା ହେଉଥିବା ବେଳେ, ଅନ୍ୟପଟେ ଦଳ ଭିତରେ ବି ଚାଲିଛି ଛକାପଞ୍ଜା । ପାର୍ଟି ହାଇକମାଣ୍ଡଙ୍କ ଶୁଭଦୃଷ୍ଟି କାହା ଉପରେ ପଡ଼ିବ ଏବଂ କିଏ ଆସନ ହାତେଇବ, ତାକୁ ନେଇ ଚାଲିଛି ରିତିମତ କସରତ । ନିଜର ସମର୍ଥକଙ୍କ ସହ ଲବିରେ ମାତିଛନ୍ତି ସମସ୍ତ ଆଶାୟୀ ।