କନକ ବ୍ୟୁରୋ : ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଆସନ୍ତା କାଲି ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମୋଟ ୧୪ ଗୋଟି ଟେବୁଲ୍ ରହିଥିବା ବେଳେ ୨୬ ରାଉଣ୍ଡ ଗଣତି ହେବ । ଗୋଟିଏ କେନ୍ଦ୍ର ଟେବୁଲ୍ ରହିଛି । ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ୍‌ ଗଣତି, ଅଧା ଘଣ୍ଟା ପରେ ଇଭିଏମ ଗଣତି ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ପ୍ରତ୍ୟେକ ଟେବୁଲ୍ ରେ ଜଣେ ଗଣତି ସହକାରୀ ଅଧିକାରୀ, ଗଣତି ସୁପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର ନିୟୋଜିତ ରହିବେ। ସେହିପରି ଗଣତି ଅବଜର୍ଭର ଏବଂ ରିଟର୍ଣ୍ଣିଙ୍ଗ ଅଧିକାରୀ ରହିବେ। ଜନସାଧାରଣଙ୍କ ପାଇଁ ମଧ୍ୟ ଡ଼ାକବାଜି ସାହାଯ୍ୟରେ ଘୋଷଣା କରାଯିବ ବୋଲି  ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମସ୍ତ ଗଣନା ପ୍ରକ୍ରିୟା ସିସିଟିଭି ନଜରରେ କରାଯିବ ଓ ଏସବୁର ଭିଡିଓ ରେକର୍ଡିଂ ହେବ କ୍ଷ ଏହାର ତଦାରଖ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ, ଜିଲ୍ଲା ନିର୍ବାଚନ ଅଧିକାରୀ ଓ ପୋଲିସ ପ୍ରଶାସନ ଉପସ୍ଥିତ ରହିବେ କ୍ଷ ଅନ୍ତିମ ରାଉଣ୍ଡ ଶେଷ ହେବା ପରେ ନିର୍ବାଚନ ଅଧିକାରୀ  ଦ୍ୱାରା ବିଜେତା ପ୍ରାର୍ଥୀଙ୍କ ନାମ ଘୋଷଣା ହେବ ଓ ତାଙ୍କୁ ଜୟ ସନଦ ପ୍ରଦାନ କରାଯିବ । 

Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ସେପଟେ  ବିହାର ବିଧାନସଭାର ୨୪୩ ଆସନରେ ମତଦାନ ଶେଷ ପରେ ଏବେ ଭୋଟ ଗଣତି ପ୍ରସ୍ତୁତି ଚଳାଇଛନ୍ତି ନିର୍ବାଚନ କମିସନ । ଏଗଜିଟପୋଲ  ପୋଲ ଆସିସାରି ଥିବା ବେଳେ ଏବେ ଆକଜାଟ ପୋଲ ଉପରେ ସମସ୍ତଙ୍କ ନଜର ରହିଛି । ଆସନ୍ତାକାଲି ବିହାର ଭୋଟ ଗଣତି ସକାଳ ୮ଟାରୁ ଆରମ୍ଭ ହେବ । ୩୮ ଜିଲ୍ଲାରେ ଭୋଟ ଗଣତି ପାଇଁ ୪୬ଟି ମତଗଣନା କେନ୍ଦ୍ର କରାଯାଇଛି । ସାଧାରଣତଃ ଗୋଟିଏ ଜିଲ୍ଲାରେ ଥିବା ସମସ୍ତ ବିଧାନସଭା ଆସନର ଭୋଟ ଗଣତି ପାଇଁ ଜିଲ୍ଲା ମୁଖ୍ୟାଳୟରେ ମତଗଣନା କେନ୍ଦ୍ର ହୋଇଥାଏ । କିନ୍ତୁ ନିର୍ବାଚନ କମିସନ ବିହାରର କିଛି ଜିଲ୍ଲା ଏକରୁ ଅଧିକ ମତଗଣନା କେନ୍ଦ୍ର କରିଛନ୍ତି । ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ । ପ୍ରତ୍ୟେକ ବିଧାନସଭା ଆସନରେ ୧୪ଟି ଟେବୁଲରେ ଭୋଟ ଗଣତି ପାଇଁ ବ୍ୟବସ୍ଥା ହୋଇଛି । ଏଥର ପୋଷ୍ଟାଲ ବାଲାଟର ଗଣତି ନିୟମକୁ ପରିବର୍ତ୍ତନ କରାଯାଇଛି । ଶେଷ ଦୁଇ ରାଉଣ୍ଡ ଗଣତି ପୂର୍ବରୁ ପୋଷ୍ଟାଲ ବାଲାଟର ଗଣତି ହେବ । ଯେତ ଗଣତି ରାଉଣ୍ଡ ଆଗକୁ ବଢିବ ବିଧାନସଭା ଆସନରେ ଫଳାଫଳ ସେତେ ସ୍ପଷ୍ଟ ହେବାରେ ଲାଗିବ । ଅପରାହ୍ଣ ୨ଟା ସୁଦ୍ଧା ବିହାରରେ ସରକାର କିଏ ଗଢ଼ିବ, କେଉଁ ଆସନରେ କିଏ ବିଜୟୀ ହେବ ସ୍ପଷ୍ଟ ଚିତ୍ର ଆସିଯିବା ସମ୍ଭାବନା ରହିଛି ।