କନକ ବ୍ୟୁରୋ: ସୁଭଦ୍ରା ଯୋଜନା ପାଇଁ ଆଜିସୁଦ୍ଧା ରାଜ୍ୟରେ ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଦାନ କରିବେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି । ଆସନ୍ତା ଅକ୍ଟୋବର ୯ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ । ଏହାସହ ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଏକ ଟଙ୍କା ପଠାଇଯିବାର ବ୍ୟବସ୍ଥା କରାଯାଇଥିଲା ।
ସୁଭଦ୍ରା ଯୋଜନା ପାଇଁ ଆଜି ସୁଦ୍ଧା ଆବେଦନ ୧ କୋଟି ୨୦ ହଜାର । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ଟଙ୍କା
Advertisment
Follow Us