କନକ ବ୍ୟୁରୋ: ପୁଣି ଗୃହକାର୍ଯ୍ୟ ଚଳାଇ ଦେଲେନି ବିରୋଧୀ । ଆଜି ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରି ଦେଇଥିଲେ ବିଜେଡି ସଦସ୍ୟ । ସେପଟେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା ବାହିନୀପତିଙ୍କ ଉପରୁ ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ହାତରେ କଳା ପଟି ବାନ୍ଧି କଂଗ୍ରେସ ବିଧାୟକମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି । 

Advertisment

ଆଜି ପ୍ରଶ୍ନକାଳ ଆରମ୍ଭ ହେଉହେଉ ଜଳସେଚନ ଉପରେ ଗୃହରେ ଉତ୍ତର ରଖୁଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ୍ ମହାଲିଙ୍ଗ । କିନ୍ତୁ ପ୍ରଶ୍ନକାଳ ଆରମ୍ଭରୁ ବିଜେଡି ସଦସ୍ୟ ନାରାବାଜି ଆରମ୍ଭ କରି ଦେଇଥିଲେ । ପୋଲାଭରମ ପ୍ରସଙ୍ଗରେ ଗୃହରେ ବିଜେଡି ସଦସ୍ୟଙ୍କ ହଟ୍ଟଗୋଳ କରିଥିଲେ । ପୋଲାଭରମ ପ୍ରସଙ୍ଗରେ ଆଲୋଚନା ପାଇଁ ମୁଲତବି ପ୍ରସ୍ତାବ ଦେଇଥିଲା ବିଜେଡି । ଯାହାକୁ ଅଗ୍ରାହ୍ୟ କରିଥିଲେ ବାଚସ୍ପତି ଜ୍ଝ ଆଲୋଚନା ଦାବିରେ ବିଜେଡି ପ୍ରତିବାଦ କରିଥିଲା । ଶେଷରେ ବାଧ୍ୟ ହୋଇ ବାଚସ୍ପତ୍ତି ପୂର୍ବାହ୍ନ ୧୧.୩୦ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ ।