କନକ ବ୍ୟୁରୋ: ଆସନ୍ତାକାଲି ଯାଏଁ ମୁଲତବି ରହିଲା ବିଧାନସଭା । ବିଧାନସଭାରେ ଶୋକପ୍ରସ୍ତାବ ଆଗତ ହେବା ପରେ ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ତେବେ ଆଜି ଗୃହ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ସହିତ ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ ଓ ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହାପରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଶୋକପ୍ରସ୍ତାବକୁ ସମର୍ଥନ କରିଥିଲେ । ଏହାପରେ ବାଚସ୍ପତି ଗୃହକୁ ଆସନ୍ତାକାଲି ଯାଏଁ ମୁଲତବି ଘୋଷଣା କରିଛନ୍ତି ।
ଆସନ୍ତାକାଲି ଯାଏଁ ମୁଲତବି ରହିଲା ବିଧାନସଭା
ଆସନ୍ତାକାଲି ଯାଏ ମୁଲତବି ରହିଲା ବିଧାନସଭା । ବିଧାନସଭାରେ ଶୋକପ୍ରସ୍ତାବ ଆଗତ ହେବା ପରେ ବିଧାନସଭାକୁ ମୁଲତବି ଘୋଷଣା କଲେ ବାଚସ୍ପତି । ତେବେ ଆଜି ଗୃହ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଶୋକପ୍ରସ୍ତାବ ଆଗତ କରିଥିଲେ । ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ସହିତ ପୂର୍ବତନ ଉପ ବାଚସ୍ପତି ଓ ରାଷ୍ଟ୍ରମନ୍ତ୍ରୀ ବିଭୂତି ଭୂଷଣ ସିଂ ମର୍ଦ୍ଦରାଜ, ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକ, ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ, ପୂର୍ବତନ ବିଧାୟକ ନିରଞ୍ଜନ ହେମ୍ବ୍ରମ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ କୁମାର ଭଞ୍ଜ ଓ ପୂର୍ବତନ ବିଧାୟକ ମହମ୍ମଦ ରଫିକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
/kanak/media/media_files/2025/09/18/odisha-assembly-2025-09-18-11-56-34.jpg)