କନକ ବ୍ୟୁରୋ : ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡି, ପିୟୁସିସି ଓ ସ୍ମାର୍ଟ ମିଟର ପ୍ରସଙ୍ଗରେ ୮ ଘଣ୍ଟିଆ ବନ୍ଦ ପାଳନ କରାଯିବ । ତିନିଟି ପ୍ରସଙ୍ଗକୁ ନେଇ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାଁରେ ଫାଇନ୍ ଆଦାୟ ଓ ଟାଟା ପାୱାରର ମନମାନି ବିରୋଧରେ ହେବ ବନ୍ଦ ପାଳନ । ସକାଳ ୬ ଟାରୁ ଦିନ ୨ଟା, ୮ ଘଣ୍ଟା ବନ୍ଦ ପାଳନ ହେବ । ନବ ନିର୍ମାଣ କୃଷକ ସଂଗଠନର ବନ୍ଦ ପାଳନକୁ ସମର୍ଥନ ଜଣାଇଛି କଂଗ୍ରେସ । ରାଜ୍ୟର ସମସ୍ତ ଜିଲ୍ଲା କଂଗ୍ରେସ କମିଟି ଏହାକୁ ସମର୍ଥନ ଜଣାଇବାକୁ ପିସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବିଜେଡି ମଧ୍ୟ ଏହାକୁ ପରୋକ୍ଷରେ ସମର୍ଥନ ଜଣାଇଛି । ବନ୍ଦ ପାଳନ ବେଳେ ଦୋକାନ ବଜାର ସହ ସ୍କୁଲ କଲେଜ ବନ୍ଦ କରିବା ପାଇଁ ଆହ୍ବାନ ଦେଇଛି ନବ ନିର୍ମାଣ କୃଷକ ସଂଠଗନ ।
ଆଜି ୮ ଘଣ୍ଟିଆ ଓଡ଼ିଶା ବନ୍ଦ : ସକାଳ ୬ଟାରୁ ଦିନ ୨ଟା ଯାଏଁ ଚକା ଜାମ
ଧାନ ମଣ୍ଡି, ପିୟୁସିସି ଓ ସ୍ମାର୍ଟ ମିଟର ପ୍ରସଙ୍ଗରେ ୮ ଘଣ୍ଟିଆ ବନ୍ଦ ପାଳନ କରାଯିବ । ତିନିଟି ପ୍ରସଙ୍ଗକୁ ନେଇ ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ । ଧାନ ମଣ୍ଡିରେ ଅବ୍ୟବସ୍ଥା, ପ୍ରଦୂଷଣ ନାଁରେ ଫାଇନ୍ ଆଦାୟ ଓ ଟାଟା ପାୱାରର ମନମାନି ବିରୋଧରେ ହେବ ବନ୍ଦ ପାଳନ ।
/kanak/media/media_files/2026/01/28/odisha-bandh-2026-01-28-07-09-33.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)