Odisha Cabinet Photograph: (Kanak News)
ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ବୈଠକ ବସିଛି । ଏଥିରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟ ସରକାରଙ୍କ ଅଧିନସ୍ଥ ଖ-ବର୍ଗ ଓ ଗ-ବର୍ଗ ଅନ୍ତର୍ଗତ ବିଭିନ୍ନ ସେବା ଓ ପଦବୀରେ ନିଯୁକ୍ତି ନିମନ୍ତେ ମିଳିତ ସ୍ନାତକ ସ୍ତର ନିଯୁକ୍ତି ପ୍ରକ୍ରିୟା ନିୟମାବଳୀ, ୨୦୨୨ରେ ସଂଶୋଧନ କରାଯାଇଛି ।
ନିୟମାବଳୀ, ୨୦୨୨ର ସିଡ୍ୟୁଲ-୧ରେ ୪ଟି ନୂଆ ପଦବୀକୁ ସାମିଲ କରାଯିବ । ଉଚ୍ଚ ମାଧ୍ୟମିକ, (10+2) ସ୍ତର କିମ୍ବା ସମାନ ସ୍ତର ସ୍ୱତନ୍ତ୍ର ସେବା ଓ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ, ୨୦୨୨ ର ସଂଶୋଧନ କରାଯାଇଛି । ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ, ୨୦୨୨ ର Schedule-1 ରେ ୧୧ ଗୋଟି ଭିନ୍ନ ପଦବୀ ଅନ୍ତର୍ଭୁକ୍ତ କରାଯାଇଅଛି ।
ରାଜ୍ୟ ସରକାରଙ୍କ ଅଧିନସ୍ଥ ଖ-ବର୍ଗ ଏବଂ ଗ-ବର୍ଗ ଅନ୍ତର୍ଗତ ବିଭିନ୍ନ ସେବା ଓ ପଦବୀ ରେ ନିଯୁକ୍ତି ନିମନ୍ତେ ମିଳିତ ସ୍ନାତକ ସ୍ତର ନିଯୁକ୍ତି ପ୍ରକ୍ରିୟା ନିୟମାବଳୀ, ୨୦୨୨ ର ସଂଶୋଧନ । ପୂର୍ବରୁ ରାଜ୍ୟ ସରକାରଙ୍କ ଅଧିନସ୍ଥ ଖ-ବର୍ଗ ଏବଂ ଗ-ବର୍ଗ ଅନ୍ତର୍ଗତ ବିଭିନ୍ନ ସେବା ଓ ପଦବୀର ନିଯୁକ୍ତି ନିମନ୍ତେ ମିଳିତ ସ୍ନାତକ ସ୍ତର ନିଯୁକ୍ତି ପ୍ରକ୍ରିୟା ନିୟମାବଳୀ, ୨୦୨୨ ର Schedule-1 ଭିତରେ ବିଭିନ୍ନ ପଦବୀ ଅନ୍ତର୍ଭୁକ୍ତ କରାଯାଇଅଛି । ଜୁନିଅର ଫରେନସିକ ଆସିଷ୍ଟାଣ୍ଟ ପଦବୀକୁ ଏହି ସଂଶୋଧନରେ ଅନ୍ତର୍ଭୁକ୍ତ କରାଯାଇଛି ।
Follow Us