କନକବ୍ୟୁରୋ :  ଫାଇଲ ବଢ଼ାଇଲା ଚର୍ଚ୍ଚା ।  ମୋଦୀଙ୍କ ହାତରେ ଓଡ଼ିଶା ଫାଇଲ୍ ।  ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସାକ୍ଷାତ ସମୟର ଫଟୋ ବଢାଇଲା ଚର୍ଚ୍ଚା । ଫଟୋରେ ମୁଖ୍ୟମନ୍ତ୍ରୀଙ୍କ ହାତରେ ଥିବା ଫାଇଲକୁ ନେଇ ଏହି ଚର୍ଚ୍ଚା ବଢିଛି  ।   କାରଣ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଆକଳନ ଭିତରେ ଏହି ଫାଇଲ  ଚର୍ଚ୍ଚାକୁ ଅଧିକ ଖୋରାକ ଯୋଗାଇଛି  ।  ଆଗାମୀ ଦିନରେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଥିଲେ ।  ତେଣୁ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ କେନ୍ଦ୍ର ବା ମୋଦୀ ସବୁଜ ସଙ୍କେତ ଦେଇଥିବା ଚର୍ଚ୍ଚା ହେଉଛି ।