କନକ ବ୍ୟୁରୋ: ଆସିଲା ଅତିରିକ୍ତ ବଜେଟ୍ । ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ସରକାର ।

Advertisment

ଆହୁରି ପଢ଼ନ୍ତୁ : ଶୁଭଙ୍କରଙ୍କ ବିବାଦୀୟ ବୟାନ ; ‘ଶ୍ରୀମନ୍ଦିରକୁ ଗଲେ ଭାଙ୍ଗିଯାଏ ପ୍ରେମୀଯୁଗଳଙ୍କ ସଂପର୍କ’

ନଜର ପକାନ୍ତୁ, କେଉଁ ବିଭାଗକୁ କେତେ ଟଙ୍କା?

  • ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି
  • ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି
  • ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି
  • ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି
  • କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି
  • ସହରୀ ବିକାଶ ପାଇଁ ୩୦୩ କୋଟି
  • ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି
  • ମହିଳା ଓ ଶିଶୁ ବିକାଶ ପାଇଁ ୧୫୫୮ କୋଟି
  • ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି
  • ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି
  • ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି
  • ଶିଳ୍ପ ଏବଂ ଏମଏସଏମଇ ବିକାଶ ପାଇଁ ୩୩୭ କୋଟି
  • ଓଡ଼ିଆ ଭାଷା, ସଂସ୍କୃତି ଏବଂ ହସ୍ତତନ୍ତ, ବୟନଶିଳ୍ପ ପାଇଁ ୩୬୩ କୋଟି
  • ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି