କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ ଓଡ଼ିଶା ପୁଲିସର ଏସଓଜି ଯବାନଙ୍କୁ ଖୁବ ପ୍ରଶଂସା କରିଛନ୍ତି । ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ମିଳିତ ଅପରେସନରେ ୧୪ଜଣ ମାଓବାଦୀ ନିହତ ହୋଇଛନ୍ତି । ଏଥିରେ ଯବାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ କହିବା ସହ ସେମାନଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଓଡିଶା ପୋଲିସ ପାଇଁ ଖୁସି ଖବର ; ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର
ଓଡ଼ିଶା ପୁଲିସର ଏସଓଜି ଯବାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଛତିଶଗଡ଼ ଏନକାଉଣ୍ଟରରେ ଯବାନ ସଫଳତାକୁ ପ୍ରଶଂସା କଲେ ମୋହନ ମାଝୀ ।
/kanak/media/media_files/2025/01/22/Lv3x3RyQE6R3pLo7Jqck.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)