ଓଡିଶା ପୋଲିସ ପାଇଁ ଖୁସି ଖବର ; ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଓଡ଼ିଶା ପୁଲିସର ଏସଓଜି ଯବାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର । ଛତିଶଗଡ଼ ଏନକାଉଣ୍ଟରରେ ଯବାନ ସଫଳତାକୁ ପ୍ରଶଂସା କଲେ ମୋହନ ମାଝୀ ।

Odisha-Constables

Odisha-Constables Photograph: (kanakNews)

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତାକୁ ୮ହଜାରରୁ ୨୫ ହଜାର ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର  । ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି । ଯେଉଁଥିରେ ସେ ଓଡ଼ିଶା ପୁଲିସର ଏସଓଜି ଯବାନଙ୍କୁ ଖୁବ ପ୍ରଶଂସା କରିଛନ୍ତି । ଛତିଶଗଡ଼ରେ ସୁରକ୍ଷାବାହିନୀଙ୍କ ମିଳିତ ଅପରେସନରେ ୧୪ଜଣ ମାଓବାଦୀ ନିହତ ହୋଇଛନ୍ତି । ଏଥିରେ ଯବାନଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ କହିବା ସହ ସେମାନଙ୍କ ପାଇଁ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe