କନକ ବ୍ୟୁରୋ: ବଢିଲା ବିଧାୟକଙ୍କ ଦରମା । ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟ ମାନଙ୍କ ଦରମା, ଭତ୍ତା ଓ ପେନସନ୍ ବିଲ ୨୦୨୫ ଗୃହରେ ପାରିତ ହୋଇଛି। ତେବେ ବିଧାନସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ହେବା ପୂର୍ବରୁ ଏହି ବିଲ୍ ଗୃହରେ ପାରିତ ହୋଇଛି। ଜାଣିରଖନ୍ତୁ, ଏହି ବିଲ୍ ପାରିତ ହେବା ପରେ ବିଧାୟକ ଓ ବାଚସ୍ପତିଙ୍କ ଦରମା କେତେ ବୃଦ୍ଧି ପାଇଛି?

Advertisment
  • ବାଚସ୍ପତିଙ୍କ ଦରମା ୪୦ ହଜାର ୫୦୦ରୁ ୯୮ ହଜାରକୁ ବୃଦ୍ଧି
  • ବୈଠକ ଭତ୍ତା ୮୦୦ ଟଙ୍କା ୨୦୦୦ ଟଙ୍କାକୁ ବୃଦ୍ଧି
  • କାର ଭତ୍ତା ମାସିକ ୧୭ ହଜାର ବଢି  ୮୯ ହଜାର ହେବ
  • ବ୍ୟକ୍ତିଗତ ବ୍ୟୟ ଭତ୍ତା ୪୦ ହଜାର ଟଙ୍କା ବଦଳରେ ୧ ଲକ୍ଷ ୮୧ ହଜାର ଟଙ୍କା ପାଇବେ
  • ବାସଗୃହ ଭତ୍ତା ମାସିକ ୧ ଶହ ଟଙ୍କା ବଦଳରେ ଦୈନିକ ୨୦୦୦ ଟଙ୍କା ପାଇବେ
  • ଉପ-ବାଚସ୍ପତିଙ୍କ ମାସିକ ଦରମା ୩୮ ହଜାରରୁ  ୯୪ ହଜାରକୁ ବୃଦ୍ଧି
  • ବୈଠକ ଭତ୍ତା ୮୦୦ ବଦଳରେ ୨୦୦୦ ପାଇବେ
  • କାର ଭତ୍ତା ୧୭ ହଜାର ବଦଳରେ ୮୫ ହଜାର ପାଇବେ
  • ବ୍ୟକ୍ତିଗତ ଭତ୍ତା ୪୦ ହଜାର ବଦଳରେ ୧ ଲକ୍ଷ ୭୭ ହଜାର ପାଇବେ
  • ବାସଗୃହ ଭତ୍ତା ଦୈନିକ ୨୦୦୦ ଟଙ୍କା ପାଇବେ

ବିଧାୟକମାନଙ୍କ ଦରମା ଓ ଭତ୍ତା କେତେ ମିଳିବ? 

  • ବିଧାୟକ ଓ ପୂର୍ବତନ ବିଧାୟକ ମାନଙ୍କୁ ଏଣିକି ୩୫ ହଜାର ବଦଳରେ ମିଳିବ ୯୦ ହଜାର ଟଙ୍କା
  • ୪୦ ହଜାର ଟଙ୍କା ପାଉଥିଲେ ମିଳିବ ୯୬ ହଜାର ଟଙ୍କା
  • ୩୬ ହଜାର ଟଙ୍କା ପାଉଥିଲେ ମିଳିବ ୯୨ ହଜାର ଟଙ୍କା
  • ନିର୍ବାଚନମଣ୍ଡଳୀ ଓ ଲୋକସେବା ଭବନ ଗସ୍ତ ଖର୍ଚ୍ଚ ଭତ୍ତା ବାବଦକୁ ୨୦ ହଜାର ବଦଳରେ ୭୫ ହଜାର ମିଳିବ
  • କମିଟି ବୈଠକ ଭତ୍ତା ୧୫୦୦ ଟଙ୍କା ବଦଳରେ ୩୦୦୦ ମିଳିବ
  • ରାଜ୍ୟ ବାହାରେ ବୈଠକ ପାଇଁ ଦୈନିକ ୨୦୦୦ ବଦଳରେ ୧୦ ହଜାର ମିଳିବ
  • ରାଜ୍ୟ ଭିତରେ କାର ଯାତ୍ରା ପାଇଁ କିଲୋମିଟର ପିଛା ୨୫ ଟଙ୍କା ବଦଳରେ ମିଳିବ ୩୫ ଟଙ୍କା
  • ମାସିକ ଯାନ ବାହନ ଭତ୍ତା ୧୫ ହଜାର ବଦଳରେ ମିଳିବ ୫୦ ହଜାର
  • ମାସକୁ ପୁସ୍ତକ କିଣିବା ପାଇଁ ୨୦୦୦ ବଦଳରେ ମିଳିବ ୧୦ ହଜାର
  • ବିଜୁଳି ବିଲ ପାଇଁ ୫୦୦୦ ବଦଳରେ ୨୦ ହଜାର ଟଙ୍କା ମିଳିବ
  • ଚିକିତ୍ସା ଖର୍ଚ୍ଚ ୫୦୦୦ ଟଙ୍କା ବଦଳରେ ୩୫ ହଜାର ମିଳିବ
  • କ୍ୱାଟର ମିଳି ନଥିବା ବିଧାୟକଙ୍କୁ ରହଣି ପାଇଁ ଦିନକୁ ୧୦୦୦ ଟଙ୍କା ବଦଳରେ ମିଳିବ ୨୦୦୦ ଟଙ୍କା
  • ଗାଡି କିଣିବା ପାଇଁ ୫ ଲକ୍ଷ ଟଙ୍କା ବଦଳରେ ୧୦ ଲକ୍ଷ ମିଳିବ