କନକ ବ୍ୟୁରୋ : ଗତ ୨୪ ଘଣ୍ଟାରେ ରାଜ୍ୟରେ କାଁ ଭାଁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ଗଞ୍ଜାମ ଜିଲ୍ଲାରେ । ୬୧.୨ ମିଲିମିଟର ରେକର୍ଡ କରାଯାଇଛି । ବର୍ତ୍ତମାନ ଗୋଟିଏ ଘୂର୍ଣ୍ଣିବଳୟ ଦକ୍ଷିଣ ଆଣ୍ଡାମା ସାଗର ଓ ପାଖାପାଖି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ରହିଛି । ସମୁଦ୍ର ପତ୍ତନଠାରୁ ଏହାର ଉଚ୍ଚତା ଦେଢ଼ କିଲୋମିଟର ପର୍ଯ୍ୟନ୍ତ ରହିଛି । ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୧ ତାରିଖ ପାଖାପାଖି ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଏବଂ ତା ପାଖାପାଖି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଖାପାଖି ରହିବ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ନାହିଁ।
କନକ ନ୍ୟୁଜର ପ୍ରଭାବ: ଶୁଦ୍ଧିକର୍ମ ପାଇଁ ହାତ ବଢ଼ାଇଲେ ସ୍ବେଚ୍ଛାସେବୀ
ଓଡ଼ିଶାରେ କାଁ ଭାଁ ଜାଗାରେ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଅଳ୍ପ କିଛି ଜାଗାରେ ବର୍ଷା ହୋଇପାରେ । ଆଗାମୀ ୨୪ ଘଣ୍ଟା ପାଇଁ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝଟକା ପବନ ୩୦ରୁ ୪୦ କିଲୋମିଟର ଭିତରେ ରହିପାରେ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, କୋରାପୁଟ ଏବଂ ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ବି ବର୍ଷିପାରେ । କାଲି ପାଇଁ ପାଗର ସ୍ଥିତି ସମାନ ରହିବ । କାଁ ଭାଁ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ , ୨୧ ତାରିଖରେ ବି ସ୍ଥିତି ସମାନ ରହିବ । ୨୦ ତାରିଖରେ ଉତ୍ତର ଓଡ଼ିଶାରେ ପାଗ ଶୁଖିଲା ରହିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/10/19/low-pressure-2025-10-19-15-33-23.jpg)