କନକ ବ୍ୟୁରୋ: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଛନ୍ତି ।
ସୂଚନା ଅନୁଯାୟୀ, ଆଜି ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି । ଏପଟେ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ମହଲରେ ଚିନ୍ତା ପ୍ରକଟ କରାଯିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)
/kanak/media/media_files/2026/03/03/2-2026-03-03-22-07-55.jpg)