କନକ ବ୍ୟୁରୋ: ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ ସମେତ ବର୍ତ୍ତମାନର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଆଉ ଉପ-ବାଚସ୍ପତିଙ୍କ ଦରମା, ଭତ୍ତା ଏବଂ ପେନସନ୍ ବଢ଼ିବ । ଏନେଇ ବିଧାନସଭାରେ ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିବେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Advertisment

ତେବେ ଏହା ପୂର୍ବରୁ ବିଧାୟକ ଏବଂ ପୂର୍ବତନ ବିଧାୟକଙ୍କ ଦରମା ଓ ପେନସନ୍ ବୃଦ୍ଧି କରିବାକୁ ଉଭୟ ଶାସକ ଏବଂ ବିରୋଧୀଙ୍କ ସ୍ୱର ଏକ ହୋଇଥିଲା । ଦିନକୁ ଦିନ ବଜାର ଦର ବୃଦ୍ଧି ପାଉଥିବାରୁ ଦରମା ବୃଦ୍ଧି ସପକ୍ଷରେ ଜଣକ ପରେ ଜଣେ ବିଧାୟକ ଏବଂ ପୂର୍ବତନ ବିଧାୟକ ଦାବି କରିଥିଲେ । ଆଉ ଶେଷରେ ଏହାକୁ ଦେଖି ଏ ସମ୍ପର୍କରେ ବିଲ୍ ଉପସ୍ଥାପନ କରିବାକୁ ଯାଉଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ଆହୁରି ପଢ଼ନ୍ତୁ : ଭାରତର ଲୋକ ଦେଖିପାରିବେନି କି ବିଶ୍ୱକପ୍ ଲାଇଭ୍ ମ୍ୟାଚ୍? ପଛଘୁଞ୍ଚା ଦେଲା ଜିଓ ହଟ୍ ଷ୍ଟାର

କିଛି ଦିନ ତଳେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ନୃସିଂହ ସାହୁ କହିଥିଲେ, ପୂର୍ବତନ ବିଧାୟକମାନେ ରାଜ୍ୟରେ ବହୁ ଅସୁବିଧାରେ ଅଛନ୍ତି । କିଛି ବିଧାୟକଙ୍କ ପରିସ୍ଥିତି ଏପରି ହୋଇଛି ଯେ ସେମାନେ ମୂଲ ଲାଗୁଛନ୍ତି । ତେଣୁ ପୂର୍ବତନ ବିଧାୟକଙ୍କ ପେନସନ ବଢ଼ାଇବାର ଆବଶ୍ୟକତା ରହିଛି ବୋଲି ସେ ଦାବି କରିଥିଲେ । ଏହାସହ ମେଡିସିନ ଖର୍ଚ୍ଚ ହେଉ କି ବଜାର ଦର ଯାହା ଅଛି ତାହା ପେନସନକୁ ଦେଖିଲେ ପର୍ଯ୍ୟାପ୍ତ ହେଉନି । ମୁଖ୍ୟମନ୍ତ୍ରୀ ଯେତେବେଳେ ବିଧାୟକ ଥିଲେ ସେତେବେଳେ ସେ ବିଧାୟକଙ୍କ ଦରମା ବୃଦ୍ଧି କରିବାକୁ ଦାବି କରୁଥିଲେ । ଏବେ ମୁଖ୍ୟମନ୍ତ୍ରୀ ନିଜେ ସେ ଦାବିକୁ ପୂରଣ କରନ୍ତୁ ବୋଲି ସେ ସେତେବେଳେ କହିଥିଲେ । ଆଉ ଏବେ ଏ ସମ୍ପର୍କିତ ବିଲ୍ ଆସିବାକୁ ଯାଉଛି ।

ବର୍ତ୍ତମାନ ଓଡ଼ିଶାର ବିଧାୟକମାନଙ୍କୁ ଦରମା  ୩୫ ହଜାର ଟଙ୍କା,  ବିଭିନ୍ନ ଭତ୍ତା ବାବଦକୁ ୬୫ ହଜାର ଟଙ୍କା ମିଳୁଛି । ଏହାସହ ତାଙ୍କୁ  ମେଡିକାଲ ପାଇଁ ୫ ହଜାର, ଟେଲିଫୋନ ପାଇଁ ୮ ହଜାର ଟଙ୍କା ମିଳୁଛି । ଆଉ ଏହାପରେ ବିଧାନସଭା କମିଟି ଦରମା ଓ ଭତ୍ତା ବୃଦ୍ଧି କରିବାକୁ ସୁପାରିସ କରିଥିଲା ।